www.samajalive.in
Monday, December 15, 2025
24.1 C
Bhubaneswar

ଡିସେମ୍ବର ୨୫ରୁ ଖୋଲିବ ମଣ୍ଡି

ଭୁବନେଶ୍ୱର:ଆସନ୍ତା ଡିସେମ୍ବର ୨୫ ତାରିଖରୁ ଖୋଲିବ ମଣ୍ଡି। ଏନେଇ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ସୂଚନା ଦେଇଛନ୍ତି। ସେ କହିଛନ୍ତି ଧାନ କିଣିବା ପାଇଁ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି। ମିଲରଙ୍କୁ ଗୋଦାମ ଖାଲି କରିବାକୁ ଦାୟିତ୍ଵ ଦିଆଯାଇଛି। ଗତ ବର୍ଷ ଅପେକ୍ଷା ଚଳିତବର୍ଷ ଅଧିକ ଧାନ ଚାଷ ହୋଇଛି। ଯେଉଁମାନେ ପଞ୍ଜୀକରଣ କରିଛନ୍ତି। ସମସ୍ତଙ୍କ ଠାରୁ ଧାନ କିଣାଯିବ। ୩୨ଟି ମଡେଲ ମଣ୍ଡି ପାଇଁ ଟେଣ୍ଡର ଦିଆଯାଇଛି। ଏଥିପାଇଁ ୩୦୦ କୋଟି ଟଙ୍କା ବ୍ୟୟବରାଦ ହୋଇଛି। ଦୁଇ ବର୍ଷ ଭିତ​‌ରେ ସରକାରରେ ୧୦୦ଟି ମଡେଲ୍ ମଣ୍ଡି ଖୋଲିବା ପାଇଁ ଲକ୍ଷ୍ୟ ରଖାଯାଇଛି ବୋଲି ମନ୍ତ୍ରୀ କହିଛନ୍ତି।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories