www.samajalive.in
Sunday, December 7, 2025
23.1 C
Bhubaneswar

ରାଜ୍ୟରେ ହୋଇ ନାହିଁ ଗୋଷ୍ଠୀ ସଂକ୍ରମଣ: ଆଶ୍ବାସନା ଦେଲେ ରାଜ୍ୟ ସରକାର

ଭୁବନେଶ୍ବର: ଆଜି ଗୋଟିଏ ଦିନରେ ରାଜ୍ୟରେ ୧୦୧ ସଂକ୍ରମିତ ଠାବ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ  ଗଞ୍ଜାମ ଜିଲ୍ଲାର ସର୍ବାଧିକ ୫୨ଜଣ, ବାଲେଶ୍ୱରରୁ ୩୩ଜଣ, ଯାଜପୁର ଜିଲ୍ଲାରୁ ୭ଜଣ, ସୁନ୍ଦରଗଡ ଜିଲ୍ଲାରୁ ୭ଜଣ ଏବଂ କେନ୍ଦୁଝର ଜିଲ୍ଲାରୁ ୨ଜଣ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୨୧୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଜଣଙ୍କ ମୃତ୍ୟୁ ହୋଇଛି ।  ବାଲେଶ୍ୱର ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ୯୦ଜଣ, ଯାଜପୁର ଜିଲ୍ଲାରେ ୭୧ଜଣ, ଖୋର୍ଦ୍ଧା ଜିଲ୍ଲାରେ କରୋନାରେ ଆକ୍ରାନ୍ତଙ୍କ ସଂଖ୍ୟା ୫୦, ଭଦ୍ରକରେ ୩୧, ସୁନ୍ଦରଗ଼ଡରେ ୨୩, ଅନୁଗୋଳ ଜିଲ୍ଲାରେ ୧୫, କେନ୍ଦ୍ରାପଡାରେ ୯,  ମୟୂରଭଞ୍ଜ ଜିଲ୍ଲାରେ ୯ଜଣ ସଂକ୍ରମିତ ରହିଛନ୍ତି । ଏହାବ୍ୟତୀତ ଅନ୍ୟାନ୍ୟ ଜିଲାରେ କିଛିକିଛି ସଂକ୍ରମିତ ଠାବ ହୋଇଛନ୍ତି । ମାତ୍ର ଏଥିନେଇ ଆଦୌ ବ୍ୟସ୍ତ ହେବାର କାରଣ ନାହିଁ କିମ୍ଭା ଭୟଭୀତ ହୁଅନ୍ତୁ ନାହିଁ ବୋଲି ରାଜ୍ୟବାସୀଙ୍କୁ ପରାମର୍ଶ ଦେଇଛନ୍ତି ସ୍ବତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା ।ଯେଉଁମାନେ ସବୁ ଚିହ୍ନଟ ହେଉଛନ୍ତି ସେମାନେ କ୍ୱାରେଣ୍ଟାଇନ୍ ସେଣ୍ଟର କିମ୍ୱା କଣ୍ଟେନମେଣ୍ଟ ଜୋନ ମଧ୍ୟରୁ ହେଉଛନ୍ତି । ତେଣୁ ଗୋଷ୍ଠୀ ସଂକ୍ରମଣ ହୋଇଥିବା ଆଶଙ୍କା ନାହିଁ ଏବଂ ଭୟର କାରଣ ନାହିଁ ବୋଲି ଶ୍ରୀ ଜେନା କହିଛନ୍ତି ।

 

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories