www.samajalive.in
Saturday, December 6, 2025
17.1 C
Bhubaneswar

ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକଙ୍କ ବିୟୋଗରେ ଖଣି ଓ ଇସ୍ପାତ ମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର : ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ସାଂସଦ ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକଙ୍କ ବିୟୋଗରେ ପୂର୍ତ୍ତ, ଖଣି ଓ ଇସ୍ପାତ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ସ୍ୱାଧୀନତା ସଂଗ୍ରାମ, ଦେଶସେବା ଓ ସମାଜର ସବୁବର୍ଗଙ୍କ ସ୍ୱାର୍ଥ ପାଇଁ ସବୁବେଳେ ଚିନ୍ତାକରି ଆସୁଥିବା ସ୍ୱର୍ଗତ ଭବାନୀ ଚରଣ ପଟ୍ଟନାୟକଙ୍କ ବିୟୋଗ ଦେଶ ତଥା ରାଜ୍ୟ ପାଇଁ ଏକ ଅପୂରଣୀୟ କ୍ଷତି। ତାଙ୍କ ଆଦର୍ଶ ଓ ଦେଶପ୍ରେମ ଯୁଗେ ଯୁଗେ ଅମର ହୋଇ ରହିବ। ଭବାନୀ ଶଙ୍କର ପଟ୍ଟନାୟକଙ୍କ ଦେଶସେବା ଓ ତ୍ୟାଗମୟ ଜୀବନ ଆଗାମୀ ପିଢ଼ି ଲାଗି ପ୍ରେରଣାର ଉତ୍ସ ହେବ ବୋଲି ମନ୍ତ୍ରୀ ଶ୍ରୀ ମଲ୍ଲିକ ତାଙ୍କ ଶୋକବାର୍ତ୍ତାରେ ପ୍ରକାଶ କରିଛନ୍ତି। ଏଥିସହ ମନ୍ତ୍ରୀ ଶ୍ରୀ ମଲ୍ଲିକ ପଦ୍ମଶ୍ରୀ ଭବାନୀଚରଣ ପଟ୍ଟନାୟକଙ୍କ ଅମର ଆତ୍ମାର ସଦ୍‍ଗତି କାମନା କରିବା ସହ ତାଙ୍କ ଶୋକସନ୍ତପ୍ତ ପରିବାର ବର୍ଗ ଓ ଆତ୍ମୀୟସ୍ୱଜନଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories