www.samajalive.in
Wednesday, December 10, 2025
26.1 C
Bhubaneswar

ଓଡ଼ିଶା ସହ ୧୦ ରାଜ୍ୟର ପ୍ରକଳ୍ପ ଓ କାର୍ଯ୍ୟକ୍ରମର ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଭୁବେନଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପ୍ରଗତି ବୈଠକରେ ଓଡ଼ିଶା ସମେତ ୧୦ ରାଜ୍ୟର ବିଭିନ୍ନ ପ୍ରକଳ୍ପ ଓ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି । ଏଥିରେ ବିଶେଷ ଭାବରେ ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନାର ଅଗ୍ରଗତି, ବିଭିନ୍ନ ରାଜ୍ୟର ରେଳ ଓ ଶକ୍ତି ପ୍ରକଳ୍ପ, ରାଜପଥ ଆଦି ପ୍ରସଙ୍ଗର ସମୀକ୍ଷା କରାଯାଇଛି । ଠିକ୍ ସମୟରେ କାର୍ଯ୍ୟଗୁଡ଼ିକୁ ଶେଷ କରିବା ପାଇଁ ପ୍ରଧାନମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ସୂଚନା ଅନୁସାରେ ଆଜିର ବୈଠକରେ ପ୍ରାୟ ୧.୪୧ ଲକ୍ଷ କୋଟି ଟଙ୍କା ବ୍ୟୟରେ ଆରମ୍ଭ ହୋଇଥିବା ବିଭିନ୍ନ ଯୋଜନା ଓ ପ୍ରକଳ୍ପଗୁଡ଼ିକର ସମୀକ୍ଷା କରାଯାଇଥିଲା ।  ଓଡିଶା, ମହାରାଷ୍ଟ୍ର, କର୍ଣ୍ଣାଟକ, ଉତ୍ତରପ୍ରଦେଶ, ଜାମ୍ମୁ କାଶ୍ମୀର, ଗୁଜୁରାଟ, ହରିୟାଣା, ମଧ୍ୟପ୍ରଦେଶ, ରାଜସ୍ଥାନ ଏବଂ ଦାଦ୍ରା ଏବଂ ନାଗର ହାଭେଲି ସମେତ ଦଶଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର କାର୍ଯ୍ୟ ଅନୁଧ୍ୟାନ କରିଥିଲେ ପ୍ରଧାନମନ୍ତ୍ରୀ । ଏହି ଅବସରରେ କେନ୍ଦ୍ର ସରକାରଙ୍କ ସମ୍ପୃକ୍ତ ବିଭାଗର ସଚିବ ଓ ରାଜ୍ୟ ସରକାରଙ୍କ ମୁଖ୍ୟ ସଚିବମାନେ ଉପସ୍ଥିତ ଥିଲେ । ଧାର୍ଯ୍ୟ ସମୟ ପୂର୍ବରୁ ପ୍ରକଳ୍ପଗୁଡ଼ିକୁ ଶେଷ କରିବା ନିମନ୍ତେ ପ୍ରଧାନମନ୍ତ୍ରୀ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ ।

- Advertisement -

ଅନ୍ୟପକ୍ଷରେ ପ୍ରଧାନମନ୍ତ୍ରୀ ସ୍ବ ନିଧି, କୃଷି ସଂସ୍କାର, ପ୍ରଧାନମନ୍ତ୍ରୀ ଆବାସ (ଗ୍ରାମୀଣ ଯୋଜନା), କୋଭିଡ଼-୧୯ର ସ୍ଥିତି ସମ୍ପର୍କରେ ମଧ୍ୟ ପ୍ରଧାନମନ୍ତ୍ରୀ ଜାଣିବାକୁ ଚାହିଁଥିଲେ । ଏହା ସହ ସ୍ଥାନୀୟ ଅଞ୍ଚଳରେ ଉତ୍ପାଦିତ ସାମଗ୍ରୀକୁ ବିକାଶ କରି ସମ୍ପୃକ୍ତ ଅଞ୍ଚଳକୁ ରପ୍ତାନୀ ହବ୍ ଭାବରେ ଉନ୍ନୀତ ନିମନ୍ତେ ରଣନୀତି ପ୍ରସ୍ତୁତ କରିବାକୁ ପ୍ରଧାନମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ସୂଚନାଯୋଗ୍ୟ ଯେ ପୂର୍ବରୁ ପ୍ରଧାନମନ୍ତ୍ରୀ ପ୍ରାୟ ୩୨ଟି ପ୍ରଗତି ବୈଠକରେ ଦେଶବ୍ୟାପୀ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି । ଏଥିରେ ୧୨.୫ ଲକ୍ଷ କୋଟି ଟଙ୍କାର ୨୭୫ ପ୍ରକଳ୍ପର ସମୀକ୍ଷା କରାଯାଇଥିବା ଜଣାପଡ଼ିଛି ।

Hot this week

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

ଭାରତରେ ନିବେଶ ପାଇଁ ମୋଦୀଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟ ସିଇଓ

ସମାଜ ଲାଇଭ ଡ଼େସ୍କ : ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲା କହିଛନ୍ତି...

ଏହି ଦେଶରେ ବ୍ୟାନ୍ ହେଲା ସୋସିଆଲ ମିଡିଆ

ନୂଆଦିଲ୍ଲୀ : ଅଷ୍ଟ୍ରେଲିଆରେ ବ୍ୟାନ୍ ହେଲା ସୋସିଆଲ ମିଡିଆ। ଅଷ୍ଟ୍ରେଲିଆ...

Related Articles

Popular Categories