www.samajalive.in
Sunday, December 14, 2025
23.1 C
Bhubaneswar

ପ୍ରମଥଚନ୍ଦ୍ର-କେଶବାନନ୍ଦ ସ୍ମାରକୀ କ୍ରିକେଟ

ଆଠଗଡ :  ଉତ୍ତରାଚଣ୍ଡୀ କ୍ରିକେଟ କ୍ଲବ ଆନୁକୁଲ୍ୟରେ ସ୍ଥାନୀୟ ମହୋତ୍ସବ ପଡିଆରେ ଚାଲିଥିବା ୨ୟ ପ୍ରମଥଚନ୍ଦ୍ର ମିଶ୍ର-କେଶବାନନ୍ଦ ମହାନ୍ତି ସ୍ମାରକୀ ଦିବାରାତ୍ର କ୍ରିକେଟ ଟୁର୍ଣ୍ଣାମେଣ୍ଟର ପ୍ରଥମ ସେମିଫାଇନାଲ ମ୍ୟାଚ ନାରଙ୍ଗବସ୍ତ କ୍ରିକେଟ କ୍ଲବ ଓ ମାହାଳପଡା କ୍ରିକେଟ କ୍ଲବ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଟସ୍‍ ଜିତି ପ୍ରଥମେ ବ୍ୟାଟିଂ କରିଥିବା ନାରଙ୍ଗବସ୍ତ କ୍ରିକେଟ କ୍ଲବ ନିର୍ଦ୍ଧାରିତ ୧୦ ଓଭରରେ ସମସ୍ତ ୱିକେଟ ହରାଇ ୧୩୧ରନ୍‍ ସଂଗ୍ରହ କରିଥିଲା । ଏହାର ଜବାବରେ ମାହାଳପଡା କ୍ରିକେଟ କ୍ଲବ ମାତ୍ର ୭ ଓଭରରେ ୩ ୱିକେଟ ହରାଇ ଆବଶ୍ୟକୀୟ ୧୩୨ରନ୍‍ ସଂଗ୍ରହ କରି ପ୍ରଥମ ଦଳ ଭାବେ ଫାଇନାଲରେ ପ୍ରବେଶ କରିଛି। ମହିଳା ବିଜେଡି ସଭାନେତ୍ରୀ ରଞ୍ଜିତା ଭକ୍ତା ଓ ଉପସଭାନେତ୍ରୀ ସୁଷମା ପରିଡା ଅତିଥି ଭାବେ ଯୋଗଦେଇ ଖେଳାଳିଙ୍କୁ ଉତ୍ସାହିତ କରିଥିଲେ। ସନ୍ଦିପ କୁମାର ପଣ୍ଡା ଓ ବିଶ୍ୱଜିତ୍‍ ମିଶ୍ର ମ୍ୟାଚ ପରିଚାଳନା କରିଥିଲେ।

Hot this week

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

Related Articles

Popular Categories