www.samajalive.in
Friday, December 5, 2025
26.1 C
Bhubaneswar

ଜିଲ୍ଲାପାଳ କଣ ଫୌଜଦାରୀ ମାମଲାର ତଦନ୍ତ କରନ୍ତି? – ବିଜେଡି ନେତ୍ରୀ ପ୍ରମିଳା ମଲିକ

ଡେସ୍କ: ରାଜ୍ୟପାଳ ରଘୁବର ଦାସଙ୍କ ପୁଅ ଲଳିତ କୁମାର ଦ୍ୱାରା ଏଏସଓଙ୍କୁ ମାଡ ମରା ଯିବା ଘଟଣାରେ ରାଜ୍ୟ ସରକାର କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ନ ଥିବାରୁ ବିରୋଧୀ ଦଳର ମୁଖ୍ୟ ସଚେତକ ପ୍ରମିଳା ମଲିକ ରାଜ୍ୟ ସରକାରଙ୍କୁ ପ୍ରଶ୍ନ କରିଛନ୍ତି। ସେ କହିଛନ୍ତି ଯେ, ଗତ ଜୁଲାଇ ୭ ତାରିଖରେ ରାଜ୍ୟପାଳଙ୍କ ପୁଅ ଏଏସଓଙ୍କୁ ମାଡ଼ ମାରିଲେ କିନ୍ତୁ ତଦନ୍ତ ହେଲାନାହିଁ। ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ଏଏସଓଙ୍କ ସହ କଣ ଆଲୋଚନା କଲେ, ତାହା ମଧ୍ୟ ଜଣାପଡ଼ିଲା ନାହିଁ। ଓଲଟି ଏଏସଓଙ୍କ ବଦଳି ହେଲା। ଆଇନ ମନ୍ତ୍ରୀ କହୁଛନ୍ତି, ଜିଲ୍ଲାପାଳ ତଦନ୍ତ କରୁଛନ୍ତି। ତେବେ ଜିଲ୍ଲାପାଳ କିଭଳି ଫୋୖଜଦାରୀ ମାମଲାର ତଦନ୍ତ କରନ୍ତି ବୋଲି ଶ୍ରୀମତୀ ମଲ୍ଲିକ ପ୍ରଶ୍ନ କରିଛନ୍ତି। ଓଡ଼ିଆ ଅସ୍ମିତା କହି କ୍ଷମତାକୁ ଆସିଥିବା ସରକାର ଜଣେ କର୍ତ୍ତବ୍ୟରତ ସରକାରୀ ଅଧିକାରୀଙ୍କୁ ମାଡ ମାରିଥିବା ରାଜ୍ୟପାଳଙ୍କ ପୁଅକୁ ସୁରକ୍ଷା ଦେବାକୁ ଯାଇ ଘଟଣାକୁ ରଫାଦଫା କରିବା ପଛରେ କେଉଁ ଶ୍ଵରଃ ଅଛି ବୋଲି ସେ ପଚାରିଛନ୍ତି।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories