www.samajalive.in
Wednesday, November 12, 2025
27.1 C
Bhubaneswar

ସାର ସମସ୍ୟା ଉପରେ ଆଲୋଚନା ଦାବି କଲା ବିଜେଡି

ସମାଜ ଡିଜିଟାଲ ଡେସ୍କ: ବିଧାନସଭାରେ ପ୍ରଶ୍ନକାଳ ବାତିଲ କରି ସାର ସମସ୍ୟା ଓ ଚାଷୀ ପ୍ରସଙ୍ଗରେ ଆଲୋଚନା ପାଇଁ ଦାବି କରିଛି ବିଜେଡି । ଚାଷ ଉପଯୋଗୀ ସମୟରେ ଚାଷୀମାନେ ସାର ପାଉନାହାଁନ୍ତି । ଚାଷୀମାନେ ସାର ପାଇଁ ହନ୍ତସନ୍ତ ହେଉଥିବାରୁ ବିଜେଡି ଏହି ପ୍ରସଙ୍ଗ ବିଧାନସଭାରେ ଆଜି ଉଠାଇଛି । ଚାଷୀ ପ୍ରସଙ୍ଗରେ ଗୃହରେ ଆଲୋଚନା କରିବାକୁ ବିଜେଡି ଦାବି କରି ପ୍ରଶ୍ନକାଳରେ ହୋହାଲ୍ଲା କରିବାରୁ ଗୃହକାର୍ଯ୍ୟ ମାତ୍ର ୪ମିନିଟ ଚାଲିବା ପରେ ବାଚସ୍ପତି ସୁରମା ପାଢୀ ଗୃହ କାର୍ଯ୍ୟକୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବୀ ରଖିଛନ୍ତି ।

ଗୃହ ମୁଲତବୀ ନେଇ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ କହିଛନ୍ତି ଯେ ଆବଶ୍ୟକୀୟ ସାର ମିଳୁନଥିବାରୁ ଚାଷୀମାନେ ଆନ୍ଦୋଳନ କରୁଛନ୍ତି । ସାର ପ୍ରସଙ୍ଗରେ କଂଗ୍ରେସ ମୁଲତବି ପ୍ରସ୍ତାବ ଦେଇଥିଲା, ଆଲୋଚନା ହୋଇପାରିଥାନ୍ତା । ହେଲେ ସରକାର ଏହା ଉପରେ ଆଲୋଚନା କରୁନାହାଁନ୍ତି । ଚାଷୀ ଓ ସାର ସମସ୍ୟା ଆଲୋଚନା ନହେଲେ ଗୃହ ଚଳାଇ ଦେବୁନି ବୋଲି ପ୍ରମିଳା କହିଛନ୍ତି ।

Hot this week

ଦିଲ୍ଲୀ ବିସ୍ଫୋରଣ: ଡାକ୍ତରଖାନାରେ ଆହତଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ସମାଜଲାଇଭ ଡେସ୍କ: ଦିଲ୍ଲୀ ବିସ୍ଫୋରଣ ଘଟଣାରେ ଆହତ ହୋଇ ସ୍ଥାନୀୟ ଏଲଏନଜେପି...

ଏକ୍‌ଜିଟ୍‌ ପୋଲ୍‌କୁ ଖାରଜ କରିଛନ୍ତି ତେଜସ୍ୱୀ ଯାଦବ

ସମାଜ ଲାଇଭ୍ ଡେସ୍କ : ବିହାରରରେ ସମସ୍ତ ପର୍ଯ୍ୟାୟ ମତଦାନ ଶେଷ...

ନୂଆପଡ଼ା ଉପନିର୍ବାଚନରେ ଐତିହାସିକ ୮୩.୪୫% ମତଦାନ

ସମାଜଲାଇଭ ଡେସ୍କ: ନୂଆପଡ଼ା ଉପନିର୍ବାଚନରେ ଏଥର ରେକର୍ଡ ମତଦାନ ହୋଇଛି। ଚଳିତ...

ହସ୍ପିଟାଲରୁ ଡିସଚାର୍ଜ ହେଲେ ଧର୍ମେନ୍ଦ୍ର

ମୁମ୍ବାଇ: ସୁସ୍ଥ ହୋଇ ଘରକୁ ଫେରିଲେ ଭେଟେରାନ୍ ଅଭିନେତା ଧର୍ମେନ୍ଦ୍ର। ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା...ଆଉ ଗୋଟିଏ ଦିନ ବଢ଼ିଲା ଐତିହାସିକ କଟକ...

Related Articles

Popular Categories