www.samajalive.in
Sunday, December 7, 2025
18.1 C
Bhubaneswar

ଟୋକିଓ ପାରା ଅଲିମ୍ପିକ୍ସ ବ୍ୟାଡମିଣ୍ଟନ : ସ୍ବର୍ଣ୍ଣ ପଦକ ଜିତିଲେ ଓଡ଼ିଆ ପୁଅ ପ୍ରମୋଦ ଭଗତ

ଟୋକିଓ ପାରା ଅଲିମ୍ପିକ୍ସ ବ୍ୟାଡମିଣ୍ଟନରେ ଓଡ଼ିଆ ପୁଅ ପ୍ରମୋଦ ଭଗତ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କରିଛିନ୍ତି। ନିଜ ବ୍ରିଟ୍ରେନ ପ୍ରତିପକ୍ଷଙ୍କୁ ୨୧-୧୪ ଓ ୨୧-୧୭ ସେଟରେ ପରାସ୍ତ କରି ପ୍ରମୋଦ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ବିଶ୍ବର ଏକ ନମ୍ବର ପାରା ବ୍ୟାଡମିଣ୍ଟନ ଖେଳାଳୀ ପ୍ରମୋଦ ପ୍ରଥମ ଥର ପାଇଁ ସ୍ବର୍ଣ୍ଣ ପଦକ ଜିତିବା ପରେ ସାରା ରାଜ୍ୟରେ ଖୁସିର ଲହରୀ ଖେଳି ଯାଇଛି।

ଏଥି ସହ ଟୋକିଓ ପାରା ଅଲିମ୍ପିକ୍ସରେ ଭାରତର ସ୍ବର୍ଣ୍ଣ ପଦକ ସଂଖ୍ୟା ୪କୁ ବୃଦ୍ଧି ପାଇଛି। ଏଥି ସହ ଭାରତ ୪ଟି ସ୍ବର୍ଣ୍ଣ, ୭ଟି ରୌପ୍ୟ ଓ ୬ଟି କାଂସ୍ୟ (ବ୍ରେଞ୍ଜ) ପଦକ ସହିତ ମୋଟ ୧୭ଟି ପଦକ ଜିତି ପଦକ ତାଲିକାର ୨୫ ତମ ସ୍ଥାନରେ ରହିଛି।

- Advertisement -

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରମୋଦ ଭଗତଙ୍କୁ ଏହି ସଫଳତା ପାଇଁ ଉଚ୍ଚ ପ୍ରଶଂସା କରିବା ସହ ସେ ସାରା ଦେଶର ହୃଦୟ ଜିତି ପାରିଛନ୍ତି ବୋଲି କହିଛନ୍ତି । ସେ ଜଣେ ଚମ୍ପିୟାନ ଓ ତାଙ୍କର ସଫଳତା ଲକ୍ଷ ଲକ୍ଷଙ୍କୁ ପ୍ରେରଣା ଯୋଗାଇବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ତାଙ୍କର ଉଜ୍ଜ୍ଵଳ ଭବିଷ୍ୟତ କାମନା କରିଛନ୍ତି।

ପାରାଲିମ୍ପିକ୍ସରେ ସ୍ୱର୍ଣ୍ଣ ପଦକ ଜିତିଥିବା ଓଡ଼ିଶାର ପ୍ରତିଭା ପ୍ରମୋଦ ଭଗତଙ୍କୁ  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଅଶ୍ବିନୀ ବୈଷ୍ଣବ ମଧ୍ୟ ପ୍ରମୋଦ ଭଗତଙ୍କୁ ଏହି ସଫଳତା ପାଇଁ ଅଭିନନ୍ଦନ ଜଣାଇଛନ୍ତି।

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories