www.samajalive.in
Monday, December 8, 2025
14.1 C
Bhubaneswar

ପାରା ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ଜିତିଲେ ଓଡ଼ିଆ ପୁଅ ପ୍ରମୋଦ ଭଗତ

ହାଙ୍ଗଝୌ: ଚୀନର ହାଙ୍ଗଝୌରେ ଚାଲିଥିବା ପାରା ଏସିଆନ୍ ଗେମ୍ସରେ ସ୍ବର୍ଣ୍ଣ ପଦକ ଜିତିଲେ ଓଡ଼ିଆ ପୁଅ ପ୍ରମୋଦ ଭଗତ। ପୁରୁଷ ଏସଏଲ୍ ଥ୍ରୀ ବ୍ୟାଡମିଣ୍ଟନ ସିଙ୍ଗଲ୍ସରେ ପ୍ରମୋଦ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି। ନିଜ ଦେଶର ନିତେଶ କୁମାରଙ୍କୁ ହରାଇ ପ୍ରମୋଦ ଭଗତ ପଦକ ହାତେଇଛନ୍ତି। ଫାଇନାଲରେ ସେ ନିତେଶଙ୍କୁ ୨୨-୨୦, ୧୮-୨୧, ୨୧-୧୯ରେ ପରାସ୍ତ କରିଛନ୍ତି। ପ୍ରଥମ ଥର ପାଇଁ ପାରା ଏସୀୟ କ୍ରୀଡ଼ାରେ ୩ଟି ପଦକ ହାସଲ କରିଛନ୍ତି ପ୍ରମୋଦ। ୨୦୧୮ ପାରା ଏସୀୟ କ୍ରୀଡ଼ାରେ ମଧ୍ୟ ସେ ଦେଶ ପାଇଁ ସ୍ୱର୍ଣ୍ଣ ଜିତି ସାରା ଦେଶ ତଥା ରାଜ୍ୟକୁ ଗୌରବାନ୍ବିତ କରିଥିଲେ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories