www.samajalive.in
Saturday, December 6, 2025
16.1 C
Bhubaneswar

ଭେଣ୍ଟିଲେଟରରେ ପ୍ରଣବ ମୁଖାର୍ଜୀ, ସ୍ୱାସ୍ଥାବସ୍ଥା ସ୍ଥିର

ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ୱାସ୍ଥ୍ୟ ଅବସ୍ଥାରେ କୌଣସି ପରିବର୍ତ୍ତନ ହୋଇନାହିଁ ବୋଲି ଦିଲ୍ଲୀର ଆର୍ମି ରିସର୍ଚ୍ଚ ଏବଂ ରେଫରାଲ ହସ୍ପିଟାଲ କହିଛି। ତାଙ୍କର ସ୍ୱାସ୍ଥ୍ୟବସ୍ଥା ସ୍ଥିର ରହିଛି। ଆର୍ମି ହସ୍ପିଟାଲ ଦେଇଥିବା ସୂଚନା ଅନୁଯାୟୀ ପୂର୍ବତନ ରାଷ୍ଟ୍ରପତିଙ୍କୁ ଭେଣ୍ଟିଲେଟର ସହାୟତାରେ ରଖାଯାଇ ଚିକିତ୍ସା କରାଯାଉଛି। ସେହି ଡାକ୍ତରଖାନା ଏକ ବିବୃତ୍ତିରେ କହିଛି, ‘ପ୍ରଣବ ମୁଖାର୍ଜୀଙ୍କ ଚିକିତ୍ସା ଅବସ୍ଥାରେ କୌଣସି ପରିବର୍ତ୍ତନ ହୋଇନାହିଁ।’

ପ୍ରଣବ ମୁଖାର୍ଜୀଙ୍କ ପୁଅ ଅଭିଜିତ୍ ମୁଖାର୍ଜୀ ପୂର୍ବରୁ ସୂଚନା ଦେଇଥିଲେ ଯେ ଅଗଷ୍ଟ ୧୦ରେ ମସ୍ତିଷ୍କରେ ରକ୍ତ ଜମାଟ ନେଇ ହୋଇଥିବା ଜୀବନ ରକ୍ଷାକାରୀ ଜରୁରୀକାଳୀନ ଅସ୍ତ୍ରୋପଚାର ପରେ ପୂର୍ବତନ ରାଷ୍ଟ୍ରପତିଙ୍କ ସ୍ୱାସ୍ଥାବସ୍ଥା ସୁଧୁରିଛି ଏବଂ ସ୍ଥିର ରହିଛି।ପ୍ରଣବ ମୁଖାର୍ଜୀ ପୂର୍ବରୁ ସୂଚନା ଦେଇଥିଲେ ଯେ ସେ ଚିକିତ୍ସା ପାଇଁ ହସ୍ପିଟାଲ ଯାଇଥିବା ସମୟରେ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ ଏବଂ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଥିଲେ ସେମାନଙ୍କୁ ଏକାନ୍ତଵାସରେ ରହିବାକୁ ଅନୁରୋଧ କରିଥିଲେ।

- Advertisement -

Hot this week

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

Related Articles

Popular Categories