www.samajalive.in
Sunday, December 7, 2025
15.1 C
Bhubaneswar

ବାଣପୁର ଗାଡ଼ି ମଡ଼ାଇବା ଘଟଣା: ଡାକ୍ତରଖାନାରୁ ବାହାରି ଗିରଫ ହେଲେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ

ଭୁବନେଶ୍ବର: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଗିରଫ ହୋଇଛନ୍ତି। ମଙ୍ଗଳବାର ଅପରାହ୍ନରେ ଡାକ୍ତରଖାନାରୁ ବାହାରିବା ପରେ ପୁଲିସ ତାଙ୍କୁ ଗିରଫ କରିଛି। ଏନେଇ କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ ସୂଚନା ଦେଇଛନ୍ତି। ଗିରଫ ପରେ ବିଧାୟକଙ୍କୁ ଅଦାଲତରେ ହାଜର କରାଯାଇଛି।

ସୂଚନାଯୋଗ୍ୟ, ଗତ ୧୨ ତାରିଖରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ କାର୍ଯ୍ୟାଳୟ ସାମ୍ନାରେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ବିଜେପି କର୍ମୀମାନଙ୍କର ଏକ ଶୋଭାଯାତ୍ରା ଚାଲିଥିବା ସମୟରେ ଲୋକଙ୍କ ଉପରେ କାର୍‌ ଚଢାଇ ଦେଇଥିଲେ। ଏହି ଘଟଣାରେ କିଛି ବିଜେପି କର୍ମୀଙ୍କ ସମେତ ମୋଟ ୨୭ ଜଣ ଆହତ ହୋଇଥିଲେ। ଅପରପକ୍ଷେ ଏହି ଘଟଣାରେ ଉତ୍ତ୍ୟକ୍ତ ଲୋକେ ବିଧାୟକଙ୍କୁ ନିସ୍ତୁକ ମାଡ଼ ମାରିଥିଲେ ଓ ତାଙ୍କ ଗାଡ଼ି ଭାଙ୍ଗି ଦେଇଥିଲେ। ସର୍ବସାଧାରଣଙ୍କ ଦ୍ବାରା ନିସ୍ତୁକ ମାଡ଼ ଖାଇବା ପରେ ବିଧାୟକ ଲହୁଲୁହାଣ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ଆଜି ଡାକ୍ତରଖାନାରୁ ଡିସ୍‌ଚାର୍ଜ ହେବା ପରେ ପୁଲିସ ତାଙ୍କୁ ଗିରଫ କିର କୋର୍ଟ ଚାଲାଣ କରିଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories