ପ୍ରତାପ ଓ ସଞ୍ଜୟଙ୍କୁ ଜିଲା ଦାୟିତ୍ବ ଦେଲେ ବିଜେଡି ସୁପ୍ରିମୋ

ଭୁବନେଶ୍ବର: ବିଜେଡି ପକ୍ଷରୁ ୨ ଜିଲା ପାଇଁ ନୂଆ ପର୍ଯ୍ୟବେକ୍ଷକ ନିଯୁକ୍ତ ହୋଇଛନ୍ତି। ମାହାଙ୍ଗା ବିଧାୟକ ପ୍ରତାପ ଜେନା ଓ ବ୍ରହ୍ମଗିରିର ପୂର୍ବତନ ବିଧାୟକ ସଞ୍ଜୟ ଦାସବର୍ମାଙ୍କୁ ଦଳ ପକ୍ଷରୁ ଜିଲା ଦାୟିତ୍ବ ଦିଆଯାଇଛି। ପ୍ରତାପ ଜେନାଙ୍କୁ କେନ୍ଦ୍ରାପଡା ଜିଲା ଦାୟିତ୍ବ ଦିଆଯାଇଥିବା ବେଳେ ସଞ୍ଜୟ ଦାସବର୍ମାଙ୍କୁ ଭଦ୍ରକ ଜିଲାର ଦାୟିତ୍ବ ଦିଆଯାଇଛି। ଏହି ଦୁଇ ନେତାଙ୍କୁ ଜିଲା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ବିଜୁ ଜନତା ଦଳ ପକ୍ଷରୁ ଜାରି ଏକ ବିଜ୍ଞପ୍ତିରେ କୁହାଯାଇଛି ଯେ, ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଆଦେଶକ୍ରମେ ଦୁଇ ନେତାଙ୍କୁ ଜିଲା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ମିଳିଛି। ପ୍ରତାପ ଜେନାଙ୍କୁ କେନ୍ଦ୍ରାପଡା ଓ ସଞ୍ଜୟ ଦାସବର୍ମାଙ୍କୁ ଭଦ୍ରକ ଜିଲାର ପର୍ଯ୍ୟବେକ୍ଷକ ଦାୟିତ୍ୱ ମିଳିଛି।

 

 

Comments are closed.