www.samajalive.in
Saturday, December 6, 2025
23.1 C
Bhubaneswar

ଆଜି ପବିତ୍ର ପ୍ରଥମାଷ୍ଟମୀ ; ଘରେ ଘରେ ଏଣ୍ଡୁରୀ ପିଠାର ଆସର

ଭୁବନେଶ୍ୱର : ଆଜି ହେଉଛି ମାର୍ଗଶୀର ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି। ଏହି ଦିନକୁ ପ୍ରଥମାଷ୍ଟମୀ ଭାବେ ପାଳନ କରାଯାଏ।। ଘରର ଜ୍ୟେଷ୍ଠ ସନ୍ତାନମାନଙ୍କ ପାଇଁ ସ୍ବତନ୍ତ୍ର ପୂଜା କରିବାର ପରମ୍ପରା ରହିଛି। ଜ୍ୟେଷ୍ଠ ସନ୍ତାନମାନେ ସକାଳୁ ଉଠି ଗାଧୋଇ ନବ ବସ୍ତ୍ର ପରିଧାନ କରିଥାଆନ୍ତି। ତାପରେ ତାଙ୍କୁ ପିଢାରେ ବସାଯାଇ ବନ୍ଦାପନା କରାଯାଇଥାଏ। ଜ୍ୟେଷ୍ଠ ସନ୍ତାନମାନଙ୍କର ଶୁଭ ମନାସୀ ଷଠୀ ଦେବୀ ଓ କୂଳ ଦେବତାଙ୍କ ନିକଟରେ ପୂଜା କରାଯାଇଥାଏ। ଜ୍ୟେଷ୍ଠ ସନ୍ତାନଙ୍କୁ ପଢୁଆଁ କରିବା ପାଇଁ ମାମୁଁ ଘରୁ ନୂତନ ବସ୍ତ୍ର ଆସିଥାଏ। ନୂଆ ବସ୍ତ୍ର ପିନ୍ଧି ବନ୍ଦାପନ ହୋଇ ସାରିବା ପରେ ହଳଦି ପତ୍ରରେ ତିଆରି ସ୍ବତନ୍ତ୍ର ଏଣ୍ଡୁରୀ ପିଠା ଖାଇଥାଆନ୍ତି। ଆଜି ମଧ୍ୟ କାଞ୍ଜି ଅଁଳା ନବମୀ। ଷଠୀ ଦେବୀଙ୍କ ନିକଟରେ କାଞ୍ଜି ଭୋଗ କରାଯାଇଥାଏ।

Hot this week

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

Related Articles

Popular Categories