www.samajalive.in
Saturday, December 6, 2025
14.1 C
Bhubaneswar

ଜ୍ୟେଷ୍ଠ ସନ୍ତାନମାନଙ୍କ ପାଇଁ ସ୍ବତନ୍ତ୍ର ପୂଜା ‘ପୋଢୁଆଁଷ୍ଟମୀ’

ଭୁବନେଶ୍ୱର : ଆଜି ହେଉଛି ମାର୍ଗଶୀର ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି। ଏହି ଦିନକୁ ପ୍ରଥମାଷ୍ଟମୀ (ଅଥବା ପଢୁଆଁଷ୍ଟମୀ, ପୋଢୁଆଁଷ୍ଟମୀ) ଭାବେ ପାଳନ କରାଯାଏ।। ଏହା ଓଡ଼ିଶାର ଏକ ପାରମ୍ପାରିକ ପର୍ବ । ମାନ୍ୟତା ଅନୁଯାୟୀ, ମାର୍ଗଶିର ମାସକୁ ବର୍ଷର ଆଦ୍ୟ ମାସ ବା ପ୍ରଥମ ମାସ ବୋଲି ଗଣନା କରାଯାଏ , ଏହି ମାସରୁ ବର୍ଷାରମ୍ଭ ହେଉଥିଲା । ତେଣୁ ବର୍ଷର ପ୍ରଥମ ମାସର ପ୍ରଥମ ଅଷ୍ଟମୀକୁ ପ୍ରଥମାଷ୍ଟମୀ ବୋଲି କୁହାଯାଏ । ଏ ଦିନ ଘରର ଜ୍ୟେଷ୍ଠ ସନ୍ତାନମାନଙ୍କ ପାଇଁ ସ୍ବତନ୍ତ୍ର ପୂଜା କରିବାର ପରମ୍ପରା ରହିଛି। ପ୍ରଥମ ଜାତ ସନ୍ତାନ (ପୁଅ ବା ଝିଅ)ଙ୍କୁ ନୂଆ ପୋଷାକ ପିନ୍ଧାଇ, ବନ୍ଦାପନା କରାଯାଏ । ପରିବାରର ଜ୍ୟେଷ୍ଠ ସନ୍ତାନର ସୁଖ ସମୃଦ୍ଧି ଓ ଦୀର୍ଘଜୀବନ ପାଇଁ ପୂଜାବିଧି ଅନୁଷ୍ଠିତ ହୋଇଥାଏ । ଏହି ଦିନ ସେମାନଙ୍କର ଦୀର୍ଘଜୀବନ କାମନା କରି ମାଆମାନେ ଷଠୀ ଦେବୀଙ୍କର ପୂଜା ଅର୍ଚ୍ଚନା କରିଥାନ୍ତି । ଜ୍ୟେଷ୍ଠ ସନ୍ତାନମାନେ ସକାଳୁ ଉଠି ଗାଧୋଇ ନବ ବସ୍ତ୍ର ପରିଧାନ କରିଥାଆନ୍ତି। ତାପରେ ତାଙ୍କୁ ପିଢାରେ ବସାଯାଇ ବନ୍ଦାପନା କରାଯାଇଥାଏ। ଜ୍ୟେଷ୍ଠ ସନ୍ତାନମାନଙ୍କର ଶୁଭ ମନାସୀ ଷଠୀ ଦେବୀ ଓ କୂଳ ଦେବତାଙ୍କ ନିକଟରେ ପୂଜା କରାଯାଇଥାଏ। ଜ୍ୟେଷ୍ଠ ସନ୍ତାନଙ୍କୁ ପଢୁଆଁ କରିବା ପାଇଁ ମାମୁଁ ଘରୁ ନୂତନ ବସ୍ତ୍ର ଆସିଥାଏ। ନୂଆ ବସ୍ତ୍ର ପିନ୍ଧି ବନ୍ଦାପନ ହୋଇ ସାରିବା ପରେ ହଳଦି ପତ୍ରରେ ତିଆରି ସ୍ବତନ୍ତ୍ର ଏଣ୍ଡୁରୀ ପିଠା ଖାଇଥାଆନ୍ତି।
ଏଣ୍ଡୁରି ପିଠା ପ୍ରଥମାଷ୍ଟମୀର ବିଶେଷତ୍ୱ । ଏହି ପିଠା ପାଇଁ ହଳଦୀପତ୍ରର ବ୍ୟବହାର ମଧ୍ୟ ଅନ୍ୟ ଏକ ବିଶେଷତ୍ୱ । ଅନ୍ୟ କୌଣସି ପିଠାରେ ହଳଦୀ ପତ୍ର ବ୍ୟବହୃତ ହୁଏନାହିଁ ଓ କେବଳ ପ୍ରଥମାଷ୍ଟମୀ ଉପଲକ୍ଷେ ଏଣ୍ଡୁରି ପିଠାରେ ହଳଦୀପତ୍ରର ବ୍ୟବହାର ପ୍ରସିଦ୍ଧ ।
ଏଣ୍ଡୁରି ପିଠା ହେଉଛି ପ୍ରଥମାଷ୍ଟମୀର ବିଶେଷତ୍ବ। ଛେନା, ନଡ଼ିଆପୁର, ଗୁଡ଼, ଉଆପକ୍ଷିଆ ଚାଉଳ, ହଳଦୀ ପତ୍ର ଏବଂ ବିରିରେ ପିଠା ତିଆରି କରାଯାଏ। ହଳଦୀ ପତ୍ରର ମହମହ ବାସ୍ନାରେ ପିଠାରେ ସୁଆଦ ଅଧିକ ରୁଚିକର ଲାଗେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories