www.samajalive.in
Tuesday, December 9, 2025
26.1 C
Bhubaneswar

ପଦ୍ମଶ୍ରୀ ପ୍ରତିଭା ରାୟ ପାଇବେ ‘କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ସମ୍ମାନ’

ଭୁବନେଶ୍ବର : ବିଶିଷ୍ଟ ଲେଖିକା ପଦ୍ମଶ୍ରୀ ଡ. ପ୍ରତିଭା ରାୟଙ୍କୁ ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ପକ୍ଷରୁ ସମ୍ମାନଜନକ ‘କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ସମ୍ମାନ’ ପ୍ରଦାନ କରାଯିବ। ଜାନୁଆରୀ ୨ତାରିଖ ବିଶ୍ବବିଦ୍ୟାଳୟର ୫୪ତମ ପ୍ରତିଷ୍ଠା ଦିବସ ସମାରୋହରେ ଏହି ପୁରସ୍କାରରେ ତାଙ୍କୁ ସମ୍ମାନିତ କରାଯିବ ବୋଲି ଜଣାପଡ଼ିଛି।
ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ସୂଚନାନୁଯାୟୀ, ଭାରତୀୟ ସାହିତ୍ୟକୁ ଉଲ୍ଲେଖନୀୟ ଅବଦାନ ପାଇଁ ଖ୍ୟାତନାମା ବ୍ୟକ୍ତିଙ୍କୁ ପ୍ରତିବର୍ଷ ପ୍ରତିଷ୍ଠା ଦିବସ ସମାରୋହରେ ସମ୍ମାନିତ କରାଯାଇଥାଏ। କବି ସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ନାମାନୁଯାୟୀ ଏହାର ନାମ ‘କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ସମ୍ମାନ’ ରଖାଯାଇଛି। ମାନପତ୍ର ସହ ଡ. ରାୟଙ୍କୁ ବିଶ୍ବବିଦ୍ୟାଳୟ ତରଫରୁ ଏକ ଲକ୍ଷ ଟଙ୍କା ପୁରସ୍କାର ରାଶି ପ୍ରଦାନ କରାଯିବ ବୋଲି ବିଶ୍ବବିଦ୍ୟାଳୟର କୁଳ ସଚିବ ରଞ୍ଜନ କୁମାର ବିଶ୍ବାଳ ସୂଚନା ଦେଇଛନ୍ତି। ଡ. ରାୟ ଓଡ଼ିଆ ଭାଷାରେ ଅନେକ ଚର୍ଚ୍ଚିତ ପୁସ୍ତକ ରଚନା କରିବା ସହ ସେସବୁକୁ ଅନ୍ୟଭାଷାରେ ଅନୁବାଦ କରିଛନ୍ତି। ୨୦୦୦ ମସିହାରେ ପଦ୍ମଶ୍ରୀ ଓ ସାହିତ୍ୟ ଏକାଡେମୀ ଏବଂ ୨୦୧୧ରେ ତାଙ୍କୁ ଜ୍ଞାନପୀଠ ପୁରସ୍କାର ପ୍ରଦାନ କରାଯାଇଥିଲା। ପ୍ରତିଷ୍ଠା ଦିବସ ସମାରୋହରେ ଡ. ରାୟ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ପାରନ୍ତି ବୋଲି ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଶ୍ରୀମତୀ ରାୟ ତାଙ୍କର ଯାଜ୍ଞସେନୀ (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ଶାରଳା ପୁରସ୍କାର ଓ ‘ଯାଜ୍ଞସେନୀ’ ଉପନ୍ୟାସ ପାଇଁ ୨୦୧୧ମସିହାରେ ଭାରତୀୟ ଜ୍ଞାନପୀଠ ପୁରସ୍କାର ପାଇଥିଲେ। ୧୯୯୧ରେ ସେ ମୁର୍ତ୍ତିଦେବୀ ପୁରସ୍କାର ଏବଂ ୨୦୦୦ ମସିହାରେ ପଦଶ୍ରୀ ଏବଂ ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ। ବିଦ୍ୟାଳୟର ଶିକ୍ଷକ ଭାବେ ବୃତ୍ତିଗତ ଜୀବନ ଆରମ୍ଭ କରିଥିବା ଶ୍ରୀମତୀ ରାୟ ୧୯୯୮ ମସିହାରେ ପ୍ରାଧ୍ୟ୍ୟାପକ ଭାବେ ସ୍ୱେଚ୍ଛାକୃତ ଅବସର ଗ୍ରହଣ କରି ଓଡ଼ିଶା ଲୋକ ସେବା ଆୟୋଗ (ଓପିଏସସି)ରେ ସଦସ୍ୟ ଭାବେ ଯୋଗଦାନ କରିଥିଲେ। ଏହା ବ୍ୟତୀତ ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର, ସାରଳା ପୁରସ୍କାର, ଓଡିଶା ଲିଭିଂ ଲିଜେଣ୍ଡ ପୁରସ୍କାର ଆଦି ଏକାଧିକ ସମ୍ମାନ ଲାଭ କରିଛନ୍ତି।ଏହା ସହ ଜ୍ଞାନପୀଠ ସିଲେକ୍ସନ ବୋର୍ଡର ଅଧ୍ୟକ୍ଷ୍ ଭାବେ ମଧ୍ୟ କାର୍ଯ୍ୟ କରିଛନ୍ତି। ଗତ ବର୍ଷ କବି ମନୋଜ ଦାସଙ୍କୁ ଏହି ସମ୍ମାନରେ ସମ୍ମାନିତ କରାଯାଇଥିଲା

Hot this week

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

ପାନୀୟଜଳ ସମସ୍ୟା ଦୂର ପାଇଁ ନିର୍ମାଣ ହେଉଛି ୬,୬୪୬ ନୂତନ ନଳକୂପ

ସମାଜଲାଇଭ ଡେସ୍କ: ରାଜ୍ୟରେ ଆଗକୁ ଆସୁଥିବା ଖରାଦିନ ପୂର୍ବରୁ ପାନୀୟଜଳ ସମସ୍ୟା...

ଅଟୋକୁ ଧକ୍କା ଦେଇ ବାଇକ ଚାଳକ ମୃତ

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଲକ୍ଷ୍ମୀପୁର ଗାଁରେ ଅଟୋ କୁ...

ବିଧାୟକଙ୍କ ଦରମା ବୃଦ୍ଧି: ଭତ୍ତା ସହ ପାଇବେ ୩.୨୬ ଲକ୍ଷ

ସମାଜଲାଇଭ ଡେସ୍କ: ବିଧାନସଭା ବାଚସ୍ପତି, ଉପବାଚସ୍ପତି, ମନ୍ତ୍ରୀ ଓ ସଦସ୍ୟମାନଙ୍କ ଦରମା,...

Related Articles

Popular Categories