www.samajalive.in
Friday, December 5, 2025
17.1 C
Bhubaneswar

ଦୋଷୀ ବିରୋଧରେ ହେବ କଡା କାର୍ଯ୍ୟାନୁଷ୍ଠାନ : ଉପମୁଖ୍ୟମନ୍ତ୍ରୀ

ପୁରୀ: କୋଣାର୍କ ବଳଙ୍ଗା ଥାନା ବାୟାବର ଗାଁରେ ନାବାଳିକାକୁ ନିଆଁ ଲଗାଇଦେବା ଘଟଣା। ଦୋଷୀଙ୍କୁ ତୁରନ୍ତ ଗିରଫ କରିବାକୁ ନିର୍ଦେଶ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ଏବଂ କହିଛନ୍ତି ଏହି ଖବର ଶୁଣି ମୁଁ ବ୍ୟଥିତ ଓ ମର୍ମାହତ। ପୀଡିତାଙ୍କୁ ଏମ୍ସକୁ ସ୍ଥାନାନ୍ତର କରାଯାଇଛି। ସରକାର ଚିକିତ୍ସାର ସମସ୍ତ ଖର୍ଚ୍ଚ ବହନ କରିବେ। ଘଟଣାରେ ଯିଏ ଦୋଷୀ , ସେମାନଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ହେବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ। ତେବେ  କୋଣାର୍କ ବଳଙ୍ଗା ଥାନା ବାୟାବର ଗାଁରେ ଆଜି ଏଭଳି ଅଘଟଣ ସାମ୍ନାକୁ ଆସିଛି।  ଯୁକ୍ତ ଦୁଇରେ ପାଠ ପଢୁଥିବା ଛାତ୍ରୀ ଜଣଙ୍କ ଦେହରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ । ୩ଜଣ ଦୁର୍ବୃତ୍ତ ନାବାଳିକାଙ୍କ ଦେହରେ ନିଆଁ ଲଗାଇ ଦେଇଥିବା ସୂଚନା ମିଳିଛି । ଗୁରୁତର ଅବସ୍ଥାରେ ନାବାଳିକା ଛାତ୍ରୀକୁ ପିପିଲି ମେଡିକାଲରୁ ଭୁବନେଶ୍ୱରକୁ ସ୍ଥାନାନ୍ତର କରାଯାଉଛି । ବଳଙ୍ଗା ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତନାଘନା କରୁଛି । ତେବେ ନାବାଳିକାଙ୍କ ଉପରେ କିଏ ଓ କାହିଁକି ନିଆଁ ଲଗାଇ ଦେଇଥିଲେ ସେନେଇ ତନାଘନା ଆରମ୍ଭ ହୋଇଛି ।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

Related Articles

Popular Categories