www.samajalive.in
Thursday, December 11, 2025
15.1 C
Bhubaneswar

ମହାକୁମ୍ଭ ହେଲା ଜୀବନର ଶେଷଯାତ୍ରା: ଦୁର୍ଘଟଣାରେ ୧୦ ଶ୍ରଦ୍ଧାଳୁ ମୃତ

ନୂଆଦିଲ୍ଲୀ: ମହାକୁମ୍ଭ ହେଲା ଜୀବନର ଶେଷଯାତ୍ରା। ପ୍ରୟାଗରାଜ ମିର୍ଜାପୁର ଏନଏଚ୍ ରେ ଭୟଙ୍କର ଦୁର୍ଘଟଣା ଘଟିଛି। ବସ୍ କାର୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ୧୦ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଛତିଶଗଡ କୋରବା ଜିଲ୍ଲାର କିଛି ଶ୍ରଦ୍ଧାଳୁ ଏକ ବୋଲେରୋ ଯୋଗେ ମହାକୁମ୍ଭରେ ବୁଡ ପକାଇବାକୁ ପ୍ରୟାଗରାଜ ଯାଉଥିଲେ। ଶୁକ୍ରବାର ବିଳମ୍ବିତ ରାତିରେ ପ୍ରୟାଗରାଜ- ମିର୍ଜାପୁର ଜାତୀୟ ରାଜପଥରେ ବୋଲେରୋଟି ଏକ ଯାତ୍ରୀବାହୀ ବସ୍ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣାରେ ବୋଲେରୋରେ ଥିବା ୧୦ ଜଣଙ୍କର ମୃତ୍ୟୁ ଘଟିଥିଲା। ବସ୍ ଥିବା ୧୯ ଯାତ୍ରୀଙ୍କୁ ଗୁରୁତର ଅବସ୍ଥାରେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ବସରେ ଥିବା ଶ୍ରଦ୍ଧାଳୁ ମାନେ ମଧ୍ୟପ୍ରଦେଶ ରାଜଗଡ ଅଞ୍ଚଳର ବୋଲି ଜଣାପଡିଛି। ଏମାନେ କୁମ୍ଭରେ ବୁଡ ପାଇ ବାରଣାସୀ ଯାଉଥିବାବେଳେ ଦୁର୍ଘଟଣାର ଶିକାର ହୋଇଥିଲେ। ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories