www.samajalive.in
Sunday, December 7, 2025
14.1 C
Bhubaneswar

ପ୍ରୟାଗରାଜ ମହାକୁମ୍ଭ ମେଳାକୁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

ଭୁବନେଶ୍ଵର: ପ୍ରୟାଗରାଜ ମହାକୁମ୍ଭ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ନିମନ୍ତ୍ରଣ। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଆସନ୍ତାବର୍ଷ ପ୍ରୟାଗରାଜରେ ଅନୁଷ୍ଠିତ ହେବାକୁ ଥିବା ମହାକୁମ୍ଭ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ନିମନ୍ତ୍ରଣ ପଠାଇଛନ୍ତି। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ପକ୍ଷରୁ ଉତ୍ତରପ୍ରଦେଶର ଶ୍ରମ ଓ ନିୟୋଜନ ମନ୍ତ୍ରୀ ଅନୀଲ ରାଜଭର ଏବଂ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ସତୀଶ ଚନ୍ଦ୍ର ଶର୍ମା ମୁଖ୍ୟମନ୍ତ୍ରୀଙ୍କ ବାସଭବନକୁ ଯାଇ ନିମନ୍ତ୍ରଣ ପତ୍ର ଦେଇଛନ୍ତି। ତେବେ ପ୍ରୟାଗରାଜ ମହାକୁମ୍ଭ  ୨୦୨୫ ଜାନୁଆରୀ ୧୩ ତାରିଖରୁ ଫେବୃଆରୀ ୨୬ ତାରିଖ ପର୍ଯ୍ୟନ୍ତ ଚାଲିବ। ଧାର୍ମିକ ବିଶ୍ୱାସ ଅନୁଯାୟୀ, ମହାକୁମ୍ଭ ମେଳା ସମୟରେ ସ୍ନାନ କରିବା ଦ୍ୱାରା ସମସ୍ତ ପାପରୁ ମୁକ୍ତି ମିଳିଥାଏ ।

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories