www.samajalive.in
Saturday, December 6, 2025
23.1 C
Bhubaneswar

ଅମିତ ଶାହାଙ୍କ ଆଶୁ ଆରୋଗ୍ୟ କାମନା କରି ଅଖଣ୍ଡଦୀପ ଦାନ

ଆରଡ଼ି: ଗୃହମନ୍ତ୍ରୀ ଅମିତ ଶାହ କରୋନା ପଜିଟିଭ ଚିହ୍ନଟ ହେବା ପରେ ତାଙ୍କର ଆଶୁ ଆରୋଗ୍ୟ କାମନା କରି ଶୁଭେଚ୍ଛୁ ଓ ସମର୍ଥକମାନେ ଶ୍ରାବଣ ମାସର ସୋମବାରରେ ଆରଡିପୀଠ ବାବା ଆଖଣ୍ଡଳମଣୀଙ୍କ ପାଖରେ ପୂଜାର୍ଚ୍ଚନା କରିବା ସହ ଅଖଣ୍ଡଦୀପ ଦାନ କରିଛନ୍ତି।

ଗତ ରବିବାର ଅମିତ ଶାହ ନିଜେ ଟ୍ୱିଟ ମାଧ୍ୟମରେ ଜଣାଇଥିଲେ ଯେ ସେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ଓ ଡାକ୍ତରଙ୍କ ପରାମର୍ଶକ୍ରମେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଶାହଙ୍କ ଆରୋଗ୍ୟ କାମନା କରି ଦେଶ ଓ ରାଜ୍ୟର ଅଗଣିତ ଶୁଭେଛୁଙ୍କ ପକ୍ଷରୁ ବିଭିନ୍ନ ସ୍ଥାନରେ ପୂଜାର୍ଚ୍ଚନା ଓ ଦୀପ ଲାଗି କରାଯାଉଛି।

- Advertisement -

ଏହି ପରିପ୍ରେକ୍ଷୀରେ ଓଡ଼ିଶାର ପ୍ରାଚୀନ ଓ ପ୍ରସିଦ୍ଧ ଶୈବପୀଠ ଆରଡ଼ି ଧାମରେ ବାବା ଆଖଣ୍ଡଳମଣୀଙ୍କ ପାଖରେ ଅମିତ ଶାହଙ୍କ ଶୁଭେଚ୍ଛୁମାନଙ୍କ ଦ୍ୱାରା ପୂଜାର୍ଚ୍ଚନା କରାଯାଇଛି । ଇତ୍ୟବସରରେ ସମର୍ଥକମାନେ ଦୀପଦାନ କରିବା ସହ ଗୃହମନ୍ତ୍ରୀ ଖୁବ ଜଲଦି ସୁସ୍ଥ ହୋଇ ନିଜକୁ ପୁନଶ୍ଚ ଦେଶ ସେବାରେ ନିୟୋଜିତ କରିବେ ବୋଲି ଆଶା ପ୍ରକଟ କରିଛନ୍ତି ।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories