www.samajalive.in
Sunday, December 7, 2025
23.1 C
Bhubaneswar

ପୂର୍ବତନ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ପ୍ରୀତି ସୁଦାନ ୟୁପିଏସସିର ପରବର୍ତ୍ତୀ ଅଧ୍ୟକ୍ଷ ନିଯୁକ୍ତ

ନୂଆଦିଲ୍ଲୀ: ଆଇଏଏସ ଅଧିକାରୀ ତଥା ପୂର୍ବତନ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ପ୍ରୀତି ସୁଦାନ କେନ୍ଦ୍ରୀୟ ଲୋକ ସେବା ଆୟୋଗ(ୟୁପିଏସସି)ର ନୂତନ ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଛନ୍ତି। ସମ୍ବିଧାନର ଧାରା ୩୧୬ଏ ଅଧୀନରେ ଅଗଷ୍ଟ ୧ରେ ସେ ଦାୟିତ୍ବ ଗ୍ରହଣ କରିବେ। ଏନେଇ ନିଜେ ପ୍ରୀତି ସୁଦାନ ଏକ ସମ୍ବାଦ ସରବରାହ ସଂସ୍ଥାକୁ ସୂଚନା ଦେଇଛନ୍ତି। ପ୍ରୀତି ସୁଦାନ ଆନ୍ଧ୍ରପ୍ରଦେଶ କ୍ୟାଡରର ୧୯୮୩ ବ୍ୟାଚ୍ ଆଇଏଏସ ଅଧିକାରୀ ଏବଂ ୨୦୨୦ରେ ସେ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ପଦରୁ ଅବସର ଗ୍ରହଣ କରିଥିଲେ।

ବର୍ତ୍ତମାନ ଆୟୋଗର ଜଣେ ସଦସ୍ୟ ଥିବା ପ୍ରୀତି ସୁଦାନ ମନୋଜ ସୋନିଙ୍କଠାରୁ ଦାୟିତ୍ୱ ଗ୍ରହଣ କରିବେ। କିଛି ଦିନ ପୂର୍ବରୁ ବ୍ୟକ୍ତିଗତ କାରଣ ଦର୍ଶାଇ ପଦରୁ ଇସ୍ତଫା ଦେଇଛନ୍ତି ମନୋଜ ସୋନି। ଆସନ୍ତା ୨୦୨୯ ମସିହାରେ ମନୋଜ ସୋନିଙ୍କ କାର୍ଯ୍ୟକାଳ ଶେଷ ହେବାର ଥିଲା। ତେବେ ଏହାର ୫ ବର୍ଷ ପୂର୍ବରୁ ସେ ଇସ୍ତଫା ଦେବାକୁ ନେଇ ଅନେକ ଚର୍ଚ୍ଚା ହେଉଛି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories