ଭଦ୍ରକ: ଭଦ୍ରକ ଗେଲପୁର ସ୍ଥିତ ନୂଆ ମେଡିକାଲରେ ଅଭାବନୀୟ ଘଟଣା ଘଟିଛି। ଡାକ୍ତରଙ୍କ ଅବହେଳା ଯୋଗୁଁ ପ୍ରସୂତିଙ୍କର ମୃତ୍ୟୁ ଅଭିଯୋଗ ହୋଇଛି। ଆଗରପଡା ଥାନା ବିରିଡି ଅଞ୍ଚଳର ମହିଳା ମଞ୍ଜୁଲତା ଘଡେଇଙ୍କର ପ୍ରସବ ଯନ୍ତ୍ରଣା ହେବାରୁ ତାଙ୍କୁ ରବିବାର ଆଗରପଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରୁ ତାଙ୍କୁ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ତେବେ ରବିବାର ରାତିରେ ମହିଳାଙ୍କୁ ଓଟିକୁ ନେଇ ପୁଣି ବାହାର କରିଦିଆଯାଇଥିଲା। ବାରମ୍ବାର ପ୍ରସବ ଯନ୍ତ୍ରଣା ପରେ ମଧ୍ୟ ତାଙ୍କୁ କୌଣସି ଚିକିତ୍ସା କରାଯାଇନଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି। ଡାକ୍ତରଙ୍କ ଏଭଳି ଅବହେଳା ଯୋଗୁଁ ମହିଳାଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ସେପଟେ ଘଟଣାକୁ ନେଇ ଭଦ୍ରକ ମୁଖ୍ୟ ଚିକିତ୍ସାଳୟ କର୍ତ୍ତୁପକ୍ଷଙ୍କର କୌଣସି ପ୍ରତିକ୍ରିୟା ମିଳିପାରିନଥିବାବେଳେ ହସ୍ପିଟାଲରେ ଉତ୍ତେଜନା ଦେଖାଦେଇଛି।
Popular Categories



