www.samajalive.in
Saturday, December 6, 2025
15.1 C
Bhubaneswar

କାଶୀପୁରରେ ପୁଣି ଜନନୀ ଯନ୍ତ୍ରଣା, ଷ୍ଟ୍ରେଚରରେ ବୁହା ହେଲେ ଗର୍ଭବତି ମହିଳା

କାଶୀପୁର : ରାୟଗଡ ଜିଲା କାଶୀପୁର ବ୍ଲକରେ ବାରମ୍ବାର ଜନନୀ ଯନ୍ତ୍ରଣା ଖବରର ଶିରୋନାମା ପାଲଟିଥିବା ବେଳେ ପ୍ରଶାସନର ଆନ୍ତରିକତା ଅଭାବରୁ ସେଥିରେ ଗୋଟିଏ ପରେ ଗୋଟିଏ ଫର୍ଦ୍ଦ ଯୋଡି ହେବାରେ ଲାଗିଛି। ଶୁକ୍ରବାର ଦିନ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ରାୟଗଡା ଜିଲା କାଶୀପୁର ବ୍ଲକ କୁଚେଇପଦର ପଞ୍ଚାୟତ ଅନ୍ତର୍ଗତ କିରାଆମ୍ବ ଗ୍ରାମରେ।କିରାଆମ୍ବ ଗ୍ରାମର କସେଇ ମାଝୀଙ୍କ ସ୍ତ୍ରୀ ବାସନ୍ତୀ ମାଝୀ ଗର୍ଭ ଯନ୍ତ୍ରଣାରେ ଛଟପଟ ହେଉଥିଲେ। ବାସନ୍ତୀଙ୍କୁ ଟିକିରି ସ୍ୱାସ୍ଥ୍ୟ କେନ୍ଦ୍ରକୁ ସ୍ଥାନାନ୍ତର ନିମନ୍ତେ ଆମ୍ବୁଲାନ୍ସକୁ ଯୋଗାଯାଗ କରାଯାଇଥିଲା। ଆମ୍ବୁଲାନ୍ସ  ଆସିଥିଲେ ମଧ୍ୟ ଉକ୍ତ ଗ୍ରାମରେ ପହଞ୍ଚି ପାରିନଥିଲା। କାରଣ ଗ୍ରାମକୁ ପକ୍କା ରାସ୍ତା ନଥିଲା । ଯାହା ଫଳରେ ଗାଁଠୁ ପ୍ରାୟ ୩ କିମି ଦୁରରେ ଅଟକି ରହିଥିବା ଆମ୍ବୁଲାନ୍ସ ନିକଟକୁ ଗର୍ଭବତି ମହିଳାଙ୍କୁ ପରିବାର ଲୋକେ ଖଟିଆରେ ବୋହି ନେଇଥିଲେ। ଏହାପରେ ତାଙ୍କୁ ଟିକିରି ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଟିକିରି ସ୍ବାସ୍ଥ୍ୟ କେନ୍ଦ୍ରରେ ଗର୍ଭବତି ମହିଳାଙ୍କ ସ୍ବାସ୍ଥ୍ୟ ଅବସ୍ଥା ସଠିକ ଥିବା ଚିକିତ୍ସା କରୁଥିବା ଡାକ୍ତର ସୂଚନା ଦେଇଛନ୍ତି। ଏଭଳି ଘଟଣା କାଶୀପୁର ବ୍ଲକରେ ବାରମ୍ବାର ଘଟୁଥିବା ବେଳେ ଜିଲା ପ୍ରଶାସନ ହସ୍ତକ୍ଷେପ କରି କାଶୀପୁର ଗୋଷ୍ଠୀସ୍ବାସ୍ଥ୍ୟ କେନ୍ଦ୍ରକୁ ତୁରନ୍ତ ବାଇକ ଆମ୍ବୁଲାନ୍ସ ଯୋଗାଇ ଦେବାକୁ ସାଧାରଣ ମହଲରେ ଦାବି ହେଉଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories