www.samajalive.in
Sunday, December 14, 2025
16.1 C
Bhubaneswar

ବିଜେପିର ପ୍ରେମ କୁମାର ବିହାର ବିଧାନସଭା ବାଚସ୍ପତି

ପାଟନା : ବିଜେପିର ବରିଷ୍ଠ ନେତା ପ୍ରେମ କୁମାର ବିହାର ବିଧାନସଭାର ନୂଆ ବାଚସ୍ପତି ହେବାକୁ ଯାଉଛନ୍ତି। ନବଗଠିତ ବିହାର ବିଧାନସଭାର ବାଚସ୍ପତି ପଦ ନିର୍ବାଚନ ପାଇଁ ସୋମବାର ପ୍ରେମ କୁମାର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ତାଙ୍କ ପ୍ରତିଦ୍ବନ୍ଦ୍ବୀ ଭାବେ ଅନ୍ୟ କେହି ପ୍ରାର୍ଥିପତ୍ର ଦାଖଲ କରି ନ ଥିବାରୁ ସେ ନିର୍ଦ୍ବନ୍ଦ୍ବରେ ବାଚସ୍ପତି ଭାବେ ନିର୍ବାଚିତ ହେବେ। ସୋମବାର ବାଚସ୍ପତି ପଦ ନିର୍ବାଚନ ପାଇଁ ବିଧାନସଭା ସଚିବଙ୍କ ନିକଟରେ ପ୍ରାର୍ଥିପତ୍ର ଦାଖଲ ବେଳେ ପ୍ରେମ କୁମାରଙ୍କ ସହିତ ବିଜେପିର ଦୁଇ ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ଓ ବିଜୟ କୁମାର ସିହ୍ନା ଉପସ୍ଥିତ ରହିଥିଲେ। ଏହା ସହିତ ଜେଡିୟୁ ନେତା ତଥା ସଂସଦୀୟ ବ୍ୟାପାର ମନ୍ତ୍ରୀ ବିଜୟ କୁମାର ଚୌଧୁରୀ ଉପସ୍ଥିତ ରହିଥିଲେ। ବିହାର ବିଧାନସଭା ନିର୍ବାଚନରେ ବିଜେପି ନେତୃତ୍ବାଧୀନ ଏନଡିଏ ୨୦୨ ଆସନ ପାଇ ସରକାର ଗଠନ କରିଛି। ବିହାର ସରକାରରେ ବିଜେପି ଦୁଇ ଉପମୁଖ୍ୟମନ୍ତ୍ରୀ ପଦ ପାଇଥିବାବେଳେ ଏବେ ବାଚସ୍ପତି ପଦ ହାତେଇବାରେ ସଫଳ ହୋଇଛି। ଏପରିକି ସରକାରରେ ବିଜେପିକୁ ଗୃହ ବିଭାଗ ମଧ୍ୟ ମିଳିଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories