www.samajalive.in
Thursday, November 13, 2025
25.1 C
Bhubaneswar

ରାଷ୍ଟ୍ରପତିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ରାଷ୍ଟ୍ରପତି ଭବନଠାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଗୁରୁବାର ସଂଧ୍ୟାରେ ରାଷ୍ଟ୍ରପତି ମୁର୍ମୁଙ୍କ ସହ ସାକ୍ଷାତବେଳେ ଓଡ଼ିଶାର ବିକାଶ ପରିଯୋଜନା ଓ ସମୃଦ୍ଧ ଓଡ଼ିଶା ଗଠନ ବିଷୟରେ ମୁଖ୍ୟମନ୍ତ୍ରୀ ଶ୍ରୀମାଝୀ ଆଲୋଚନା କରିଥିଲେ। ଏଥିସହ ଚଳିତ ଦିଲ୍ଲୀଗସ୍ତ କାର୍ଯ୍ୟକ୍ରମର ଅନ୍ତିମ ଦିବସରେ କେନ୍ଦ୍ର ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଭୂପେନ୍ଦ୍ର ଯାଦବ, କେନ୍ଦ୍ର ରେଳ, ସୂଚନା ଓ ପ୍ରସାରଣ, ଇଲେକ୍‌‌ଟ୍ରୋନିକ୍ସ ଓ ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ କେନ୍ଦ୍ର ସହରାଞ୍ଚଳ ବିକାଶ ଓ ଶକ୍ତି ମନ୍ତ୍ରୀ ମନୋହରଲାଲ ଖଟ୍ଟରଙ୍କୁ ଭେଟି ରାଜ୍ୟସ୍ୱାର୍ଥ ବିଷୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆଲୋଚନା କରିଥିଲେ। ପୂର୍ବାହ୍ନରେ ମନ୍ତ୍ରୀ ଯାଦବଙ୍କ ସହ ରାଜ୍ୟର ପରିବେଶ ସୁରକ୍ଷା, ବନ ସଂରକ୍ଷଣ, ଜଳବାୟୁ ଅନୁକୂଳତା ଏବଂ ବୃହତ୍ତର ବିକାଶ ଆଦି ବିଷୟ ଗୁଡ଼ିକ ଉପରେ ଆଲୋଚନା କରିଥିଲେ। କେନ୍ଦ୍ର ରେଳ, ସୂଚନା ଓ ପ୍ରସାରଣ, ଇଲେକ୍‌‌ଟ୍ରୋନିକ୍ସ ଓ ଆଇଟି ମନ୍ତ୍ରୀ ଶ୍ରୀ ବୈଷ୍ଣବଙ୍କ ସହ ସାକ୍ଷାତ ସମୟରେ ରାଜ୍ୟରେ ରେଳ ଭିତ୍ତିଭୂମିର ବିକାଶ, ସେମିକଣ୍ଡକ୍ଟର ଶିଳ୍ପ ଏବଂ ଆଇଟି କ୍ଷେତ୍ରର ପ୍ରସାର ବିଷୟ ସ୍ଥାନ ପାଇଥିଲା। ଅପରାହ୍ନରେ କେନ୍ଦ୍ର ସହରାଞ୍ଚଳ ବିକାଶ ଓ ଶକ୍ତି ମନ୍ତ୍ରୀ ମନୋହରଲାଲ ଖଟ୍ଟରଙ୍କୁ ମୁଖ୍ୟମନ୍ତ୍ରୀ ମାଝୀ ସୌଜନ୍ୟମୂଳକ ସାକ୍ଷାତ କରିଥିଲେ।

ସେପ୍ଟେମ୍ବର ୭ରେ ଲାଗୁଛି ଚନ୍ଦ୍ରଗ୍ରହଣ ; ଜାଣନ୍ତୁ ଗ୍ରହଣ ସ୍ପର୍ଶ, ପାକ ତ୍ୟାଗ ସମୟ..

Hot this week

ସମ୍ପାଦକୀୟ : ଓଡ଼ିଶାରେ ମାଣ୍ଡିଆ ଗ୍ରାମ

ପାହାଡ଼ ଗାଁରେ ମାଣ୍ଡିଆ ଚାଷ, ସୂରୁଯ ଉଇଁଲେ ଆସଇ ହସ। ଏ...

ସମ୍ପାଦକୀୟ : ପାକିସ୍ତାନୀ ମିଛ , ପୁରୁଣା ଅଭ୍ୟାସର ପୁନରାବୃତ୍ତି

ନିକଟରେ ଦିଲ୍ଲୀର ଲାଲକିଲା ପାଖରେ ହୋଇଥିବା ବିସ୍ଫୋରଣର ଠିକ୍ ପରେ ପରେ...

ସମ୍ପାଦକୀୟ : ଆତଙ୍କବାଦୀ ଓ ତାଙ୍କ ସମର୍ଥକଙ୍କୁ କଠୋର ଦଣ୍ଡ ଦିଆଯାଉ

ଆତଙ୍କବାଦୀ ଏବଂ ଆତଙ୍କବାଦକୁ ପ୍ରୋତ୍ସାହିତ କରୁଥିବା ଲୋକଙ୍କ ବିରୋଧରେ ଆମର ସୁରକ୍ଷା...

ହାଇକୋର୍ଟର ଆସିଷ୍ଟାଣ୍ଟ ସେକ୍ସନ୍‌ ଅଫିସର ମୁଖ୍ୟ ପରୀକ୍ଷା ବାତିଲ

ଏଏସ୍‌ଓ ମୁଖ୍ୟ ପରୀକ୍ଷା ବାତିଲ କଟକ, ୧୨ା୧୧ (ନି.ପ୍ର): ହାଇକୋର୍ଟର ଆସିଷ୍ଟାଣ୍ଟ ସେକ୍ସନ୍‌...

Related Articles

Popular Categories