www.samajalive.in
Sunday, December 7, 2025
14.1 C
Bhubaneswar

ରାଜଘାଟରେ ଗାନ୍ଧିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ସମାଜ ଡିଜିଟାଲ ଡେସ୍କ: ଆଜି ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୭୭ତମ ଶ୍ରାଦ୍ଧ ବାର୍ଷିକୀ। ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୂଆଦିଲ୍ଲୀର ରାଜଘାଟଠାରେ ଗାନ୍ଧିଜୀଙ୍କ ସମାଧିସ୍ଥଳରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ରାଷ୍ଟ୍ରପତି ପୁଷ୍ପମାଲ୍ୟ ଅର୍ପଣ କରି ଗାନ୍ଧିଜୀଙ୍କୁ ଶ୍ରଦ୍ଧାସୁମନ ଜଣାଇଥିଲେ।

ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ରାଜଘାଟଠାରେ ପହଞ୍ଚି ଗାନ୍ଧିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ମୋଦୀଙ୍କ ସମେତ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଚିଫ୍‌ ଅଫ ଡିଫେନ୍ସ ଷ୍ଟାଫ(ସିଡିଏସ) ଏବଂ ତିନି ସେନାର ମୁଖ୍ୟମାନେ ଏହି ଅବସରରେ ଉପସ୍ଥିତ ଥିଲେ। ପ୍ରଧାନମନ୍ତ୍ରୀ ସାମାଜିକ ଗଣମାଧ୍ୟମ ଏକ୍ସ’ରେ ମଧ୍ୟ ଏକ ପୋଷ୍ଟ କରି ଗାନ୍ଧିଜୀଙ୍କୁ ଶ୍ରଦ୍ଧାସୁମନ ଜ୍ଞାପନ କରିଥିଲେ। ମୋଦୀ ଲେଖିଛନ୍ତି, ବାପୁଙ୍କୁ ତାଙ୍କ ପୁଣ୍ୟ ତିଥିରେ ଶ୍ରଦ୍ଧାଞ୍ଜଳି ଜଣାଉଛି। ତାଙ୍କ ଆଦର୍ଶ ଆମକୁ ଏକ ବିକଶିତ ଭାରତ ଗଢ଼ିତୋଳିବାରେ ପ୍ରେରଣା ଦେଉଛି। ଦେଶ ପାଇଁ ଜୀବନ ବଳି ଦେଇଥିବା ସମସ୍ତ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ଏବଂ ସେମାନଙ୍କ ସେବା ଓ ତ୍ୟାଗର ସ୍ମୃତିଚାରଣ କରୁଛି।

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories