www.samajalive.in
Saturday, December 6, 2025
14.1 C
Bhubaneswar

ନୂଆଁଖାଇ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଇଁ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁମୁଁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ରାଷ୍ଟ୍ରପତି ଏକ୍ସରେ ପୋଷ୍ଟ କରି କହିଛନ୍ତି କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ଉପଲକ୍ଷେ ଦେଶବାସୀ ବିଶେଷ କରି ଓଡ଼ିଶାବାସୀଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା । କୃଷି ପ୍ରତି ସମ୍ମାନ ଏବଂ କୃଷକଙ୍କ ପ୍ରତି କୃତଜ୍ଞତା ହେଉଛି ଏହି ପର୍ବର ବିଶେଷତ୍ୱ । ଏହା ଆମ ବନ୍ଧୁତ୍ୱ ଓ ଆତ୍ମୀୟତାର ପ୍ରତୀକ ମଧ୍ୟ । ନୂଆଁଖାଇ ସମସ୍ତଙ୍କ ଜୀବନକୁ ସୁଖ, ଶାନ୍ତି ଓ ସମୃଦ୍ଧିରେ ଭରିଦେଉ, ଏହା ମୋର ଆନ୍ତରିକ କାମନା।

- Advertisement -

ସେହିପରି ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରି ସମସ୍ତଙ୍କୁ ନଆଁଖାଇର ହାର୍ଦ୍ଦିକ ଶୁଭକାମନା ଜଣାଇ କହିଛନ୍ତି ଯେ ଏହି ଲୋକପ୍ରିୟ ପର୍ବ କୃଷକମାନଙ୍କ ପ୍ରତି ଆମର ଗଭୀର କୃତଜ୍ଞତର ସ୍ମରଣ କରାଏ । ଯାହାଙ୍କ କଠିନ ପରିଶ୍ରମ ଆମ ସମସ୍ତଙ୍କର ଭରଣପୋଷଣ କରେ । ପ୍ରତିଟି ଘରେ ଉତ୍ତମ ସ୍ୱାସ୍ଥ୍ୟ, ସମୃଦ୍ଧି ଏବଂ ଖୁସି ବିରାଜମାନ କରୁ ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories