ରାଷ୍ଟ୍ରର ଏକତା, ଅଖଣ୍ଡତା ଓ ସାର୍ବଭୌମତ୍ୱ ରକ୍ଷା କରିବାରେ ଭାରତୀୟ ସେନାର ଭୂମିକା ଗୁରୁତ୍ବପୁର୍ଣ୍ଣ : ରାଷ୍ଟ୍ରପତି
ଗୋଳାବନ୍ଧ ଆର୍ମି ଏଡି କେନ୍ଦ୍ରକୁ କଲର୍ସ ସମ୍ମାନ ଉତ୍ସବରେ ରାଷ୍ଟ୍ରପତି
ବ୍ରହ୍ମପୁର : ଭାରତର ରାଷ୍ଟ୍ରପତି ତଥା ଭାରତୀୟ ସଶସ୍ତ୍ର ସେନାବାହିନୀର ସର୍ବୋଚ୍ଚ କମାଣ୍ଡର ରାମନାଥ କୋବିନ୍ଦ ଶନିବାର ଗଞ୍ଜାମ ଜିଲ୍ଲା ଗୋପାଳପୁରରେ ଥିବା ଆର୍ମି ଏୟାର୍ ଡିଫେନ୍ସ ସେଣ୍ଟର୍କୁ ସମ୍ମାନଜନକ ପ୍ରେସିଡେଣ୍ଟ କଲର୍ସ ଆୱାର୍ଡ଼ରେ ସମ୍ମାନିତ କରିଛନ୍ତି। ଏୟାର୍ ଡିଫେନ୍ସ ସେଣ୍ଟର ପରିସରରେ ଆୟୋଜିତ ଏକ ବର୍ଣ୍ଣାଢ଼୍ୟ ସମାରୋହରେ ରାଷ୍ଟ୍ରପତି ଏହି ସର୍ବୋଚ୍ଚ ସାମରିକ ସମ୍ମାନ ପ୍ରଦାନ କରିଛନ୍ତି। ଆର୍ମି ଏୟାର୍ ଡିଫେନ୍ସ ସେଣ୍ଟର୍ର ଲେଫ୍ଟନାଣ୍ଟ୍ ବିବେକ ବିଜୟ ମୋରେ ରାଷ୍ଟ୍ରପତିଙ୍କଠାରୁ ଏହି ସମ୍ମାନ ଗ୍ରହଣ କରିଛନ୍ତି। ତେବେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଏହି ଅବସରରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ ଏୟାର୍ ଡିଫେନ୍ସ ପକ୍ଷରୁ ବ୍ରିଗେଡିୟର୍ ରାଜୀବ୍ ଶ୍ରୀବାସ୍ତବଙ୍କ ନେତୃତ୍ୱରେ ଏକ ଚିତ୍ତାକର୍ଷକ ପରେଡ୍ ପ୍ରଦର୍ଶନ କରାଯାଇଥିଲା। ରାଷ୍ଟ୍ରପତି ସେଠାରେ ମିଳିତ
ପରେଡ୍ର ଅଭିବାଦନ ଗ୍ରହଣ କରିଥିଲେ। ସ୍ୱାଧୀନ ବାହିନୀ ଭାବେ୨୫ ବର୍ଷର ଉଲ୍ଲେଖନୀୟ ସେବା ଲାଗି ପ୍ରତିରକ୍ଷା ବାହିନୀକୁ ଏହି ସମ୍ମାନ ପ୍ରଦାନ କରାଯାଇଛି।
ଭାରତୀୟ ସ୍ଥଳ ସେନାର ଗୌରବପୂର୍ଣ୍ବ ସମ୍ମାନ ମଧ୍ୟରେ ପ୍ରେସିଡେଣ୍ଟ କଲର୍ସ ଆୱାର୍ଡ ହେଉଛି ସର୍ବୋଚ୍ଚ ସମ୍ମାନ । ଯୁଦ୍ଧ ଏବଂ ଶାନ୍ତି ପ୍ରକ୍ରିୟାରେ ସେନା ବାହନୀର ପ୍ରଦର୍ଶନ ଏବଂ ଉପଲବ୍ଧି ଆଧାରରେ ରାଷ୍ଟ୍ରପତି କଲର୍ସ ଆୱାର୍ଡ ପ୍ରଦାନ କରାଯିବା ଲାଗି ସୈନ୍ୟ ବାହିନୀର ଚୟନ କରାଯାଇଥାଏ ।
ଆଜି ଏହି ଅବସରରେ ପ୍ରତିରକ୍ଷା ବାହିନୀର ସୈନିକମାନଙ୍କୁ ସମ୍ମାନ ପ୍ରଦାନ କରାଯିବା ନେଇ ରାଷ୍ଟ୍ରପତି ସନ୍ତୋଷ ବ୍ୟକ୍ତ କରିଥିଲେ। ନିଜ ଅଭିଭାଷଣରେ ରାଷ୍ଟ୍ରପତି ରାଷ୍ଟ୍ରର ଏକତା, ଅଖଣ୍ଡତା ଓ ସାର୍ବଭୌମତ୍ୱ ରକ୍ଷା କରିବାରେ ଭାରତୀୟ ସଶସ୍ତ୍ର ସେନାବାହିନୀ ଓ ସେନା ବାୟୁ ପ୍ରତିରକ୍ଷା ବାହନୀର ଗୌରବଶାଳୀ ପରମ୍ପରାକୁ ସ୍ମରଣ କରିଥିଲେ । ଏଥି ସହତି ଉପସ୍ଥିତ ସମସ୍ତ ସେନା ଅଧିକାରୀ ଓ କର୍ମଚାରୀମାନଙ୍କୁ ଶୁଭେଚ୍ଛା ଓ ସାଧୁବାଦ ଜଣାଇଥିଲେ ।
ଏହି କାର୍ଯ୍ୟକ୍ରମରେ ପ୍ରମୁଖ ଅତଥି ମାନଙ୍କ ମଧ୍ୟରେ ଓଡ଼ଶିାର ମହାମହମି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, କେନ୍ଦ୍ର ପେଟ୍ରୋଲିୟମ ଲିୟମ ଓ ପ୍ରାକୃତିକ ବାଷ୍ପ, ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସ୍ଥଳସେନା ମୁଖ୍ୟ ତଥା ଚିଫ ଆର୍ମି ଷ୍ଟାଫ ଜେନେରାଲ ବିପିନ ରାୱତ, ପ୍ରତିରକ୍ଷା ବାହନୀ ମୁଖ୍ୟ ଲେଫ୍ଟନାଣ୍ଟ ଜେନାରାଲ ଅଶ୍ୱିନୀ କୁମାରଙ୍କ ସମେତ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ ।
ସୂଚନାଯୋଗ୍ୟ ଦ୍ବିତୀୟ ବଶ୍ୱିଯୁଦ୍ଧ ସମୟରେ ବାୟୁ ପ୍ରତରିକ୍ଷାର ବହୁ ସୈନ୍ୟ ଦଳ ବିଭିନ୍ନ ସୈନ୍ୟ ଅଭିଯାନରେ ଭାଗ ନେଇଥିଲେ । ଏଥି ମଧ୍ୟରେ ବର୍ମା ଅଭିଯାନ, ଇମ୍ଫାଲ ଓ କୋହିମା ଘେରାବନ୍ଦୀ, ରେଙ୍ଗୁନ ପୁନଃଦଖଲ, ଆରାକାନ ମାୟିତକିୟିନା, ହଂକଂ, ସିଙ୍ଗାପୁର, ମଲାୟା, ବାହାରିନ, ଇରାକ ଏବଂ ପାରସ୍ୟ ସୈନ୍ୟ ଅଭିଯାନ ସାମିଲଥିଲେ । ଏଥିପାଇଁ ବହୁ ବୀରତ୍ୱ ସମ୍ମାନ ମଧ୍ୟ ମିଳଛି । ଏସବୁ ସମ୍ମାନ ମଧ୍ୟରେ ୪ଟି ମିଲିଟାରୀ କ୍ରସ, ବ୍ରିଟିଶ ସାମ୍ରାଜ୍ୟର ଏକ ପଦକ, ୭ଟି ଭାରତୀୟ ବଶିଷ୍ଟ ସେବା ପଦକ ଏବଂ ବ୍ରଟିଶି ସାମ୍ରାଜ୍ୟର ଦୁଇଟି ସମ୍ମାନ ପତ୍ର ସାମିଲ ରହଛି। ସେନା ବାୟୁ ପ୍ରତରିକ୍ଷା ବାହିନୀ ୧୯୪୦ ପରଠାରୁ ଆର୍ଟିଲାରୀର ଏକ ଆଂଶବିଶେଷ ରୂପେ କାର୍ଯ୍ୟ କରିଆସୁଛି। ଏହାକୁ୧୯୯୪ରେ ଏକ ସ୍ୱତନ୍ତ୍ର ସଶସ୍ତ୍ର ସୈନ୍ୟ ବାହିନୀ ଭାବେ ମାନ୍ୟତା ମିଳିଥିଲା । ସେନା ବାୟୁ ପ୍ରତରିକ୍ଷା ବାହିନୀକୁ ୨ଟି ଅଶୋକ ଚକ୍ର, ୨ଟି କୀର୍ତି ଚକ୍ର, ୨୦ଟି ବୀର ଚକ୍ର, ୯ଟି ଶୌର୍ଯ୍ୟ ଚକ୍ର, ୧୧୩ଟି ସେନା ପଦକ ଏବଂ ୫୫ଟି ମ୍ୟାନସନ ଇନ ଡେସପ୍ୟାଚ ସହିତ ୧୯୭୧ର ଭାରତ-ପାକସ୍ତାନ ଯୁଦ୍ଧ ସମୟରେ ୪ଟି ସମ୍ମାନଜନକ ଉପାଧିରେ ମଧ୍ୟ ସମ୍ମାନତି କରାଯାଇଥିଲା । ପୂର୍ବସୁରୀମାନଙ୍କ ଦ୍ୱାରା ପ୍ରତିଷ୍ଠା କରାଯାଇଥିବା ଉଚ୍ଚ ମାନକକୁ ବଜାୟ ରଖିବା ଲାଗି ଏହା ଯୁବପୀଢ଼ିଙ୍କୁ ଅନୁପ୍ରାଣିତ କରିଥାଏ ଯଦ୍ଦ୍ବାରା ରାଷ୍ଟ୍ର ସେବା ସେମାନଙ୍କର ପ୍ରମୁଖ ଲକ୍ଷ୍ୟ ହୋଇ ରହିବ।
Comments are closed.