ଭୁବନେଶ୍ଵର : ଭୁବନେଶ୍ଵରରେ ମହାମହିମ। ବିମାନ ବନ୍ଦରରେ ପହଞ୍ଚିବା ପରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଙ୍କୁ ସ୍ଵାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହାପରେ ରାଜଭବନ ଅଭିମୁଖେ କାରକେଡ୍ ଯାଇଛି। ବିଧାନସଭା ଶୀତ ଅଧିବେଶନକୁ ସମ୍ବୋଧିତ କରିବେ। ପ୍ରଥମଥର ପାଇଁ ଓଡିଶା ବିଧାନସଭାରେ ରାଷ୍ଟ୍ରପତି ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। ବିଧାନସଭାରେ ଅଭିଭାଷଣ ରଖିବା ପରେ ୧୧ନଂ ରୁମ୍ କୁ ଆସି ସମୟ ବିତାଇବେ ମହାମହିମ । ୨୦୦୦ ରୁ ୨୦୦୪ ପର୍ଯ୍ୟନ୍ତ ପରିବହନ ମନ୍ତ୍ରୀ ଥିବାବେଳେ ୧୧ ନଂ ଚ୍ୟାମ୍ବର ଥିଲା ତାଙ୍କ କାର୍ଯ୍ୟାଳୟ। ତେଣୁ ବିଧାନସଭାରୁ ସ୍ମୃତି ସାଉଁଟିବା ବେଳେ ଏହି ଚାମ୍ବରରେ କିଛି ସମୟ ବିତାଇବେ। ସେଥିପାଇଁ ବିଧାନସଭା ସମେତ ଚାମ୍ବରକୁ ବି ସଜାଯାଇଛି।
Popular Categories



