www.samajalive.in
Monday, December 8, 2025
14.1 C
Bhubaneswar

ପୋପ୍‌ ଫ୍ରାନ୍‌ସିସଙ୍କ ଶେଷକୃତ୍ୟ ଆଜି; ଯୋଗଦେବେ ରାଷ୍ଟ୍ରପତି ମୁର୍ମୁ

ନୂଆଦିଲ୍ଲୀ: ଖ୍ରୀଷ୍ଟ ଜଗତର ସର୍ବୋଚ୍ଚ ଧର୍ମଗୁରୁ ପୋପ୍‌ ଫ୍ରାନ୍‌ସିସ୍‌ଙ୍କର ଚଳିତମାସ ୨୧ରେ ପରଲୋକ ଘଟିଛି। ଆସନ୍ତାକାଲି ଅର୍ଥାତ୍‌ ଶନିବାର ଭାଟିକାନ୍‌ ସିଟିରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ଜଣାପଡିଛି। ଏଥିରେ ଯୋଗଦେବାକୁ ଭାରତ ପକ୍ଷରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ ଶୁକ୍ରବାର ଇଟାଲୀ ଅଭିମୁଖେ ଯାତ୍ରା କରିଛନ୍ତି। ସେମାନଙ୍କ ବ୍ୟତୀତ ଭାରତୀୟ ପ୍ରତିନିଧିମଣ୍ଡଳରେ କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଏନ୍‌ ଓ ମୋଆ ବିଧାନସଭାର ଉପବାଚସ୍ପତି ଜୋଶୁଆ ପିଟର ଡି’ ସୁଜା ମଧ୍ୟ ସାମିଲ ଅଛନ୍ତି। ଏହାବ୍ୟତୀତ ୫୦ରୁ ଅଧିକ ରାଷ୍ଟ୍ରମୁଖ୍ୟ ଓ ୧୩୦ ରାଷ୍ଟ୍ରର ପ୍ରତିନିଧି ଶେଷକୃତ୍ୟରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଇତିମଧ୍ୟରେ ବିଶ୍ବର ବିଭିନ୍ନ ପ୍ରାନ୍ତରୁ ୧୧୩ କାର୍ଡିନାଲ ରୋମରେ ପହଞ୍ଚି ସାରିଛନ୍ତି। ଶନିବାର ଶେଷକୃତ୍ୟ ସମ୍ପନ୍ନ ହେବାପରେ ନୂତନ ପୋପ୍‌ ନିଯୁକ୍ତି ପାଇଁ ଏହି କାର୍ଡିନାଲମାନେ ଏକ ଉଚ୍ଚସ୍ତରୀୟ ବୈଠକରେ ମିଳିତ ହେବେ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories