www.samajalive.in
Monday, December 8, 2025
27.1 C
Bhubaneswar

ଓଡ଼ିଶା ସମେତ ୬ ରାଜ୍ୟର ଏକଲବ୍ୟ ମଡେଲ୍‌ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଭେଟିଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ରାଷ୍ଟ୍ରପତି ଭବନରେ ଓଡ଼ିଶା ସମେତ ୬ଟି ରାଜ୍ୟର ଏକଲବ୍ୟ ମଡେଲ୍‌ ସ୍କୁଲର ଛାତ୍ରଛାତ୍ରୀମାନଙ୍କୁ ଭେଟି ସେମାନଙ୍କ ସହ ଆଲୋଚନା କରିଛନ୍ତି। ଓଡ଼ିଶା, ଝାଡ଼ଖଣ୍ଡ, ଉତ୍ତରାଖଣ୍ଡ, ମଧ୍ୟପ୍ରଦେଶ, ଛତିଶଗଡ ଏବଂ ରାଜସ୍ଥାନର ଆଦିବାସୀ ଛାତ୍ରଛାତ୍ରୀମାନଙ୍କ ପାଇଁ ରାଷ୍ଟ୍ରପତି ଭବନ ଏବଂ ଅମୃତ ଉଦ୍ୟାନ ପରିଦର୍ଶନ ପାଇଁ ବ୍ୟବସ୍ଥା କରାଯାଇଥିଲା।


ରାଷ୍ଟ୍ରପତି, କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଏବଂ କେନ୍ଦ୍ର ଆଦିବାସୀ ବ୍ୟାପାର ରାଷ୍ଟ୍ର ମନ୍ତ୍ରୀ ନୂଆଦିଲ୍ଲୀରେ ଏକଲବ୍ୟ ମଡେଲ୍‌ ଆବାସିକ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ଭେଟି ଆଦିବାସୀ ବିକାଶର ଅଗ୍ରଗତି, ଆଦିବାସୀ ଗୌରବ ଦିବସ, ସେମାନଙ୍କର ଶିକ୍ଷାଗତ ବିକାଶ ବିଷୟରେ ମଧ୍ୟ ଆଲୋଚନା କରିଛନ୍ତି। ଅପରପକ୍ଷେ, ଏକଲବ୍ୟ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ପ୍ରଥମ ଥର ପାଇଁ ବିମାନରେ ଯାତ୍ରା କରିଥିବାରୁ ଅତ୍ୟଧିକ ଉତ୍ସାହିତ ଅଛନ୍ତି ଏବଂ ବିମାନ ଯାତ୍ରା ସହିତ ଭାରତର ରାଷ୍ଟ୍ରପତିଙ୍କୁ ଭେଟିବାର ସୁଯୋଗ ପାଇ ସେମାନେ ନିଜକୁ ଭାଗ୍ୟବାନ ମନେ କରୁଥିବା ମତପ୍ରକାଶ କରିଛନ୍ତି।

Hot this week

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

Related Articles

Popular Categories