www.samajalive.in
Saturday, December 6, 2025
26.1 C
Bhubaneswar

ଫ୍ଲୋରେନ୍ସ ନାଇଟ୍‌‌ଏଙ୍ଗଲ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

ଡେସ୍କ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ଫ୍ଲୋରେନ୍ସ ନାଇଟ୍‌‌ଏଙ୍ଗଲ ପୁରସ୍କାର ପ୍ରଦାନ କରିଛନ୍ତି । ସମାଜ ପ୍ରତି ସେବିକା (ନର୍ସ)
ମାନଙ୍କର ଉତ୍ସର୍ଗୀକୃତ ସେବା ପାଇଁ ସେମାନଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଥାଏ । ୨୦୨୨ ଓ ୨୦୨୩ ବର୍ଷ ପାଇଁ ଏହି ଜାତୀୟ ପୁରସ୍କାର ପ୍ରଦାନ କରାଯାଇଛି । ଦୁଇ ବର୍ଷ ପାଇଁ ମୋଟ ୩୦ଜଣଙ୍କୁ ଏହି ଜାତୀୟ ପୁରସ୍କାର ପ୍ରଦାନ କରାଯାଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ୧୯୭୩ ମସିହାରେ ଏହି ପୁରସ୍କାର ଆରମ୍ଭ କରାଯାଇଥିଲା।

- Advertisement -

ଓଡ଼ିଶାର ୨ ଜଣ ସେବିକା ଏହି ସମ୍ମାନ ଜନକ ଫ୍ଲୋରେନ୍ସ ନାଇଟ୍‌‌ଏଙ୍ଗଲ ପୁରସ୍କାର ପାଇଛନ୍ତି । ୨୦୨୨ ପାଇଁ ସେବତୀ ସାହୁ ଓ ୨୦୨୩ ପାଇଁ ମଞ୍ଜୁଲତା ମହାରଣାଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି । ପୁରୀ ଜିଲ୍ଲା କଣାସ ବ୍ଲକ ସାହାସପୁର ଉପ ସ୍ୱାସ୍ଥ୍ୟକେନ୍ଦ୍ରର ମହିଳା ସ୍ୱାସ୍ଥ୍ୟକର୍ମୀ ମଞ୍ଜୁଲତା ମହାରଣାଙ୍କୁ ଏହି ପୁରସ୍କାର ଦିଆଯାଇଛି ।  ବନ୍ୟା ସମୟରେ କଣାସ ଅଞ୍ଚଳ ଜଳମଗ୍ନ ଥିବା ସମୟରେ ପ୍ରସବ ବେଦନା ପାଉଥିବା ଚାରି ଜଣ ଗର୍ଭବତୀ ମହିଳାଙ୍କୁ ମଞ୍ଜୁଲତା ପ୍ରସବ କରାଇ ସେମାନଙ୍କର ଜୀବନ ବଞ୍ଚାଇଥିବାରୁ ତାଙ୍କୁ ଏହି ପୁରସ୍କାର ଦିଆଯାଇଛି।

ସେହିଭଳି ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ କାର୍ଯ୍ୟରତ ନର୍ସିଂ ଅଫିସର ସେବତୀ ସାହୁଙ୍କୁ କୋଭିଡ୍‌‌ ସମୟରେ ଉଲ୍ଲେଖନୀୟ ସେବା ଲାଗି  ୨୦୨୨ ପାଇଁ ଜାତୀୟ ଫ୍ଲୋରେନ୍ସ ନାଇଟ୍‌‌ଏଙ୍ଗଲ ପୁରସ୍କାର ମିଳିଛି।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories