www.samajalive.in
Monday, December 15, 2025
16.1 C
Bhubaneswar

ରାଷ୍ଟ୍ରପତିଙ୍କ ପୁରୀ ଗସ୍ତ, ସୁରକ୍ଷା ବ୍ୟବସ୍ଥା କଡାକଡି

ଡେସ୍କ: ଆସନ୍ତାକାଲି ପୁରୀ ଗସ୍ତରେ ଯିବେ ରାଷ୍ଟ୍ରପତି ଦ୍ରୋପର୍ଦୀ ମୁର୍ମୁ। ରାଷ୍ଟ୍ରପତି ସକାଳ ୯.୪୫ରେ ସମଙ୍ଗ ସ୍ଥିତ ହେଲିପ୍ୟାଡରେ ସ୍ୱତନ୍ତ୍ର ବିମାନରେ ପହଞ୍ଚିବେ। ସେଠାରୁ ରାଷ୍ଟ୍ରପତି ସିଧାସଳଖ ସ୍ୱତନ୍ତ୍ର କାରକେଡ୍ ଯୋଗେ ଶ୍ରୀମନ୍ଦିର ଅଭିମୁଖେ ଯାତ୍ରା କରିବେ। ସକାଳ ୧୦.୧୫ରୁ ୧୦.୪୦ ମଧ୍ୟରେ ଶ୍ରୀମନ୍ଦିର ଭିତରେ ମହାପ୍ରଭୁଙ୍କ ଦର୍ଶନ ସହ ପୂଜାର୍ଚ୍ଚନା କରି ଆର୍ଶୀବାଦ ନେବେ ରାଷ୍ଟ୍ରପତି। ପରେ ୧୦.୪୦ରେ ଶ୍ରୀମନ୍ଦିରରୁ ପ୍ରତ୍ୟାବର୍ତ୍ତନ କରିବେ।

ଶ୍ରୀମନ୍ଦିରରୁ ପ୍ରତ୍ୟାବର୍ତ୍ତନ କରି ଶ୍ରୀମତୀ ମୁର୍ମୁ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ୭୫ ତମ ହୀରକ ଜୟନ୍ତୀରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ଦିନ ୧୧ଟାରୁ ୧୨ଟା ପର୍ଯ୍ୟନ୍ତ ଅର୍ଥାତ ଏକଘଣ୍ଟା ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ଅପରାହ୍ନ ୧୨ଟାରେ ରାଷ୍ଟ୍ରପତି ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟରୁ ବାହାରି ସିଧାସଳଖ ରାଜଭବନ ଅଭିମୁଖେ ଯିବେ। ରାଜଭବନରେ ଦ୍ୱିପ୍ରହର ଭୋଜନ ସାରି ବ୍ଲୁଫ୍ଲାଗ୍ ବିଚରେ ଅନୁଷ୍ଠିତ ହେବାକୁ ଥିବା ନୌସେନା ଦିବସରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ। ଅପରାହ୍ନ ୪ଟାରେ ମହାମହୀମ ବ୍ଲୁ ଫ୍ଲାଗ୍ ବେଳାଭୂମିରେ ପହଞ୍ଚି ନୌସେନା ଦିବସ କାର୍ଯ୍ୟକ୍ରମରେ ଯୋଗଦେବେ। ସେଠାରେ ପ୍ରାୟ ଦେଢଘଣ୍ଟାରୁ ଅଧିକ ଅର୍ଥାତ ୫.୪୫ରେ ବ୍ଲୁ ଫ୍ଲାଗ୍ ବେଳାଭୂମି ଛାଡିବାର କାର୍ଯ୍ୟକ୍ରମ ରହିଛି। ବ୍ଲୁଫ୍ଲାଗ୍ ବେଳାଭୂମିରୁ ପ୍ରତ୍ୟାବର୍ତ୍ତନ କରି ମହାମହୀମ ସିଧାସଳଖ ରାଜଭବନ ଅଭିମୁଖେ ବାହାରି ରାତ୍ରଭୋଜନ ଗ୍ରହଣ କରିବା ସହ ସେଠାରେ ରାତ୍ରିଯାପନ କରିବେ। ପରଦିନ ଅର୍ଥାତ ୫ ତାରିଖ ଗୁରୁବାର ଦିନ ରାଷ୍ଟ୍ରପତି ସକାଳ ୧୦.୦୫ରେ ସମଙ୍ଗ ହେଲିପ୍ୟାଡରୁ ସ୍ୱତନ୍ତ୍ର ବିମାନ ଯୋଗ ବାହାରି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି।

Hot this week

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

Related Articles

Popular Categories