www.samajalive.in
Monday, December 15, 2025
14.1 C
Bhubaneswar

ନୂଆଦିଲ୍ଲୀ ଫେରିଗଲେ ରାଷ୍ଟ୍ରପତି

ଭୁବନେଶ୍ବର: ନୂଆଦିଲ୍ଲୀ ଫେରିଗଲେ ରାଷ୍ଟ୍ରପତି। ୨ଦିନିଆ ଓଡ଼ିଶା ଗସ୍ତ ଶେଷ କରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ନୂଆଦିଲ୍ଲୀ ଫେରି ଯାଇଛନ୍ତି। ସକାଳ ୯ଟା ସମୟରେ ରାଷ୍ଟ୍ରପତି ରାଜଭବନରୁ ବାହାରି ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଥିଲେ। ସେଠାରେ ରାଜ୍ୟପାଳ ଡ. ହରିବାବୁ କମ୍ଭମପତି ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରମୁଖ ତାଙ୍କୁ ବିଦାୟ ସମ୍ବର୍ଦ୍ଧନା ଦେଇଥିଲେ।

ସୂଚନାଯୋଗ୍ୟ, ସୋମବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶରେ ପହଞ୍ଚିଥିଲେ। ଛତିଶଗଡ଼ ରାୟପୁରର ସ୍ବାମୀ ବିବେକାନନ୍ଦ ବିମାନବନ୍ଦରରୁ ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ଆସି ସେ ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଥିଲେ। ସେଠାରେ ରାଜ୍ୟପାଳ ଡ. ହରିବାବୁ କମ୍ଭମପତି ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରମୁଖ ତାଙ୍କୁ ସ୍ବାଗତ କରିଥିଲେ। ଏହାପରେ ବାୟୁସେନା ବିମାନ ଯୋଗେ ରାଷ୍ଟ୍ରପତି କଣ୍ଟିଲୋ ନୀଳମାଧବ ମନ୍ଦିର ଅଭିମୁଖେ ଯାତ୍ରା କରିଥିଲେ। କଣ୍ଟିଲୋସ୍ଥିତ ଅତିଥି ଭବନରେ ସାମୟିକ ବିଶ୍ରାମ ନେବା ପରେ ଅପରାହ୍ଣ ୩ଟା ୫ ମିନିଟରେ ନୀଳମାଧବ ମନ୍ଦିର ଦର୍ଶନ କରିଥିଲେ। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ମନ୍ଦିରକୁ ଫୁଲରେ ସୁସଜ୍ଜିତ କରାଯିବାସହ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଥିଲା। ଏହାପରେ ନୟାଗଡ଼ର କାଳିଆପଲ୍ଲୀଠାରେ ଭାରତୀୟ ବିଶ୍ବାବସୁ ସମ୍ପ୍ରଦାୟର ମହାଯଜ୍ଞରେ ସାମିଲ ହୋଇଥିଲେ ରାଷ୍ଟ୍ରପତି। କାର୍ଯ୍ୟକ୍ରମ ସାରି ସେ ଭୁବନେଶ୍ଵର ଫେରି ଆସିଥିଲେ ଏବଂ ରାଜଭବନରେ ରାତ୍ରୀଯାପନ କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories