www.samajalive.in
Friday, December 5, 2025
20.1 C
Bhubaneswar

ନୂଆଦିଲ୍ଲୀ ଫେରିଗଲେ ରାଷ୍ଟ୍ରପତି

ଭୁବନେଶ୍ବର: ନୂଆଦିଲ୍ଲୀ ଫେରିଗଲେ ରାଷ୍ଟ୍ରପତି। ୨ଦିନିଆ ଓଡ଼ିଶା ଗସ୍ତ ଶେଷ କରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ନୂଆଦିଲ୍ଲୀ ଫେରି ଯାଇଛନ୍ତି। ସକାଳ ୯ଟା ସମୟରେ ରାଷ୍ଟ୍ରପତି ରାଜଭବନରୁ ବାହାରି ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଥିଲେ। ସେଠାରେ ରାଜ୍ୟପାଳ ଡ. ହରିବାବୁ କମ୍ଭମପତି ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରମୁଖ ତାଙ୍କୁ ବିଦାୟ ସମ୍ବର୍ଦ୍ଧନା ଦେଇଥିଲେ।

ସୂଚନାଯୋଗ୍ୟ, ସୋମବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶରେ ପହଞ୍ଚିଥିଲେ। ଛତିଶଗଡ଼ ରାୟପୁରର ସ୍ବାମୀ ବିବେକାନନ୍ଦ ବିମାନବନ୍ଦରରୁ ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ଆସି ସେ ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଥିଲେ। ସେଠାରେ ରାଜ୍ୟପାଳ ଡ. ହରିବାବୁ କମ୍ଭମପତି ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରମୁଖ ତାଙ୍କୁ ସ୍ବାଗତ କରିଥିଲେ। ଏହାପରେ ବାୟୁସେନା ବିମାନ ଯୋଗେ ରାଷ୍ଟ୍ରପତି କଣ୍ଟିଲୋ ନୀଳମାଧବ ମନ୍ଦିର ଅଭିମୁଖେ ଯାତ୍ରା କରିଥିଲେ। କଣ୍ଟିଲୋସ୍ଥିତ ଅତିଥି ଭବନରେ ସାମୟିକ ବିଶ୍ରାମ ନେବା ପରେ ଅପରାହ୍ଣ ୩ଟା ୫ ମିନିଟରେ ନୀଳମାଧବ ମନ୍ଦିର ଦର୍ଶନ କରିଥିଲେ। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ମନ୍ଦିରକୁ ଫୁଲରେ ସୁସଜ୍ଜିତ କରାଯିବାସହ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଥିଲା। ଏହାପରେ ନୟାଗଡ଼ର କାଳିଆପଲ୍ଲୀଠାରେ ଭାରତୀୟ ବିଶ୍ବାବସୁ ସମ୍ପ୍ରଦାୟର ମହାଯଜ୍ଞରେ ସାମିଲ ହୋଇଥିଲେ ରାଷ୍ଟ୍ରପତି। କାର୍ଯ୍ୟକ୍ରମ ସାରି ସେ ଭୁବନେଶ୍ଵର ଫେରି ଆସିଥିଲେ ଏବଂ ରାଜଭବନରେ ରାତ୍ରୀଯାପନ କରିଥିଲେ।

Hot this week

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

Related Articles

Popular Categories