www.samajalive.in
Monday, December 15, 2025
27.1 C
Bhubaneswar

କାମଚଳା ବାଚସ୍ପତି ଭାବେ ଶପଥ ନେଲେ ସାଂସଦ ଭର୍ତ୍ତୃହରି ମହତାବ

ନୂଆଦିଲ୍ଲୀ: ରାଷ୍ଟ୍ରପତି ଭବନରେ କାମଚଳା ବାଚସ୍ପତି ଭାବେ ଶପଥ ନେଲେ ସାଂସଦ ଭର୍ତ୍ତୃହରି ମହତାବ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଶପଥ ପାଠ କରାଇଛନ୍ତି। ୭ଥର ସାଂସଦ ଭାବେ ନିର୍ବାଚିତ ହୋଇଥିବାରୁ କାମଚଳା ବାଚସ୍ପତି ଆସନରେ ବସିଛନ୍ତି ଭର୍ତ୍ତୃହରି। ଆଜି ଲୋକସଭାରେ ନବ ନିର୍ବାଚତ ସାଂସଦମାନଙ୍କୁ ଶପଥ ପାଠ କରାଇବେ କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ। ସୋମବାର ଓ ମଙ୍ଗଳବାର ଦୁଇ ଦିନ ଲୋକସଭାରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ। ସୂଚନା ଯୋଗ୍ୟ ଯେ ଜୁନ ୯ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ତାଙ୍କ ମନ୍ତ୍ରିମଣ୍ଡଳ ଶପଥ ଗ୍ରହଣ କରିଥିଲେ।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories