www.samajalive.in
Sunday, December 14, 2025
19.1 C
Bhubaneswar

ଆଜି ‌ଶପଥ ନେବେ ଦ୍ରୌପଦୀ

ନୂଆଦିଲ୍ଲୀ : ନବ ନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଶପଥ ଗ୍ରହଣ କରିବେ। ସେ ହେବେ ଦେଶର ୧୫ତମ ରାଷ୍ଟ୍ରପତି। ଏହା ସହିତ ସେ ହେବେ ଦେଶର ପ୍ରଥମ ଆଦିବାସୀ ଓ ଦ୍ବିତୀୟ ମହିଳା ରାଷ୍ଟ୍ରପତି। ସଂସଦର କେନ୍ଦ୍ରୀୟ ହଲ୍‌ରେ ଆୟୋଜିତ ଉତ୍ସବରେ ଦ୍ରୌପଦୀଙ୍କୁ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଏନ.ଭି ରମଣା ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ। ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ପୂର୍ବାହ୍ଣ ପ୍ରାୟ ୧୦ଟା ୧୪ ମିନିଟ୍‌ରେ ସେ ଶପଥ ଗ୍ରହଣ କରିବେ। ୧୦ଟା ୧୮ରେ ଶପଥ ଗ୍ରହଣ ପଞ୍ଜିକାରେ ନୂଆ ରାଷ୍ଟ୍ରପତି ସ୍ବାକ୍ଷର କରିବେ। ଏହା ପୂର୍ବରୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସଚିବ ୧୦ଟା ୧୧ ମିନିଟ୍‌ରେ ନିର୍ବାଚନ ଆୟୋଗଙ୍କ ନୂଆ ରାଷ୍ଟ୍ରପତି ନିର୍ବାଚିତ ସମ୍ପର୍କିତ ପ୍ରମାଣପତ୍ର ପାଠ କରିବେ। ଶପଥ ଗ୍ରହଣ ପରେ ୧୦ଟା ୨୩ରେ ଶ୍ରୀମତୀ ମୁର୍ମୁ ତାଙ୍କର ପ୍ରଥମ ଅଭିଭାଷଣ ପ୍ରଦାନ କରିବେ। ଶପଥ ଗ୍ରହଣ କାର୍ଯ୍ୟକ୍ରମ ସକାଳ ୯ଟା ୧୭ରେ ଆରମ୍ଭ ହୋଇ ୧୦ଟା ୩୫ରେ ଶେଷ ହେବ।
ନୂଆ ରାଷ୍ଟ୍ରପତିଙ୍କ ଶପଥ ଗ୍ରହଣ ଉତ୍ସବରେ ଉପରାଷ୍ଟ୍ରପତି ଏମ୍ ଭେଙ୍କୟା ନାଇଡୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ବାଚସ୍ପତି ଓମ୍ ବିର୍ଲା, କେନ୍ଦ୍ର ମନ୍ତ୍ରୀ ପରିଷଦର ସଦସ୍ୟ, ସମସ୍ତ ସାଂସଦ, ସମସ୍ତ ରାଜ୍ୟର ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ବିଭିନ୍ନ ଦେଶର ରାଷ୍ଟ୍ରଦୂତ ଓ ଅନ୍ୟ ନିମନ୍ତ୍ରିତ ଅତିଥିମାନେ ଯୋଗ ଦେବ। ଏଥିପାଇଁ ରାଜଧାନୀ ଦିଲ୍ଲୀ ଏବେ ଚଳଚଞ୍ଚଳ ରହିବା ସହିତ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଶପଥ ଗ୍ରହଣ ଉତ୍ସବ ଶେଷ​‌େ​‌ର ଶ୍ରୀମତୀ ମୁର୍ମୁ ରାଷ୍ଟ୍ରପତି ଭବନ ଅଭିମୁଖେ ଯାତ୍ରା କରିବେ। ସେଠାରେ ତାଙ୍କୁ ସେନାର ତିନି ବାହିନୀ ପକ୍ଷରୁ ଗାର୍ଡ ଅଫ ଅନର ପ୍ରଦାନ କରାଯିବ।
ନୂଆ ରାଷ୍ଟ୍ରପତିଙ୍କ ଶପଥ ଗ୍ରହଣ ପୂର୍ବରୁ ବିଦାୟୀ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ତିନି ସେନା ବାହିନୀ ପକ୍ଷରୁ ଗାର୍ଡ ଅଫ ଅନର ପ୍ରଦାନ କରାଯିବ। ଗୁରୁବାର ଶ୍ରୀମତୀ ମୁର୍ମୁ ତାଙ୍କ ପ୍ରତିଦ୍ବନ୍ଦ୍ବୀ ଯଶୋବନ୍ତ ସିହ୍ନାଙ୍କୁ ପରାସ୍ତ କରି ଦେଶର ୧୫ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିଲେ।

Hot this week

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

Related Articles

Popular Categories