ନୂଆଦିଲ୍ଲୀ : ରାଷ୍ଟ୍ରପତି ନିର୍ବାଚନ ନେଇ ଗୁରୁବାର ତାରିଖ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ ଆୟୋଗ। ଜୁଲାଇ ୧୮ ତାରିଖରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ହେବ। ଏନେଇ ଜୁନ୍ ୧୫ ତାରିଖରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ।
ରାଷ୍ଟ୍ରପତି ନିର୍ବାଚନ ନିମନ୍ତେ ନାମାଙ୍କନ ପତ୍ର ଦାଖଲ କରିବାର ଶେଷ ତାରିଖ ଜୁନ ୨୯। ସେହିପରି ନାମାଙ୍କନ ପତ୍ର ଯାଞ୍ଚର ଶେଷ ତାରିଖ ଜୁନ ୩୦ ତାରିଖ ହୋଇଥିବା ବେଳେ ନାମାଙ୍କନ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ଜୁଲାଇ ୨ । ଜୁଲାଇ ୨୧ରେ ଭୋଟ ଗଣତି ପରେ ଜୁଲାଇ ୨୪ ସୁଦ୍ଧା ସମସ୍ତ ପ୍ରକ୍ରିୟା ଶେଷ ହେବ ଏବଂ ଜୁଲାଇ ୨୫ରେ ନୂଆ ରାଷ୍ଟ୍ରପତି ଶପଥ ଗ୍ରହଣ କରିବେ ବୋଲି ଆୟୋଗ ପକ୍ଷରୁ କୁହାଯାଇଛି।
ସୂଚନାଯୋଗ୍ୟ, ଜୁଲାଇ ୨୫ ତାରିଖରେ ଭାରତର ବର୍ତ୍ତମାନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାର୍ଯ୍ୟକାଳ ଶେଷ ହେଉଛି।



