www.samajalive.in
Saturday, December 6, 2025
26.1 C
Bhubaneswar

ଓଡିଶାରେ ରାଷ୍ଟ୍ରପତି: ପୁରୀ ଯାଇ ରଥଟଣା ଦେଖିବା କାର୍ଯ୍ୟକ୍ରମ

ଭୁବନେଶ୍ଵର: ଓଡିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ବିଶ୍ଵପ୍ରସିଦ୍ଧ ଘୋଷଯାତ୍ରା। ଏଥିଲାଗି ପୁରୀ ଗସ୍ତ କରି ରଥଟଣା ଦେଖିବାକୁ କାର୍ଯ୍ୟକ୍ରମ ରହିଛି। ଶନିବାର  ବାୟୁସେନାର ଏକ ସ୍ଵତନ୍ତ୍ର ବିମାନ ଯୋଗେ ସନ୍ଧ୍ୟା ସାଢେ ୫ଟାରେ ଭୁବନେଶ୍ଵର ବିମାନ ବନ୍ଦରରେ ପହଞ୍ଚିଥିଲେ ମହାମହିମ। ଏହାପରେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ପୁଲିସ୍ କମିଶନର ସଞ୍ଜୀବ ପଣ୍ଡା ପ୍ରମୂଖ ତାଙ୍କୁ ସ୍ଵାଗତ କରିଥିଲେ। ସେଠାରୁ ତାଙ୍କୁ କଡା ସୁରକ୍ଷା ବଳୟ ମଧ୍ୟରେ ଜୟଦେବ ଭବନକୁ ନିଆଯାଇଥିଲା। ସେଠାରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ୯୬ତମ ଶ୍ରାଦ୍ଧବାର୍ଷିକୀ ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ଆଜି ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା ଅବସରରେ ପୁରୀ ଗସ୍ତ କରି ରଥଯାତ୍ରାରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି।  ପୁରୀ ରାଜଭବନରେ ରାତ୍ରିଯାପନ କରିବାର ସୂଚନା ରହିଛି। ଜୁଲାଇ ୮ ତାରିଖରେ ଭୁବନେଶ୍ଵର ଫେରି ଖଣ୍ଡଗିରି , ଉଦୟଗିରି ଗୁମ୍ପା ପରିଦର୍ଶନ କରିବା ସହ ହରିଡାମାଡା ଗାଁରେ ବ୍ରହ୍ମକୁମାର ରିଟ୍ରିଟ୍ କେନ୍ଦ୍ର ଉଦଘାଟନ କରିବେ। ଜୁଲାଇ ୯ ତାରିଖରେ ନାଇଜରର ଦୀକ୍ଷାନ୍ତ ସମାରୋହରେ ଯୋଗଦେବେ। ମହାମହିମଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories