www.samajalive.in
Saturday, December 6, 2025
26.1 C
Bhubaneswar

ଓଡ଼ିଶାବାସୀଙ୍କ ଉନ୍ନତି ପାଇଁ ନିରନ୍ତର କାର୍ଯ୍ୟ କରିଯାଇଛନ୍ତି କମଳା ଦାସ: ରାଷ୍ଟ୍ରପତି

ଭୁବନେଶ୍ଵର: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ କମଳା ଦାସଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଭୋଗରାଇର ପୂର୍ବତନ ବିଧାୟିକା ତଥା ପୂର୍ବତନ ମନ୍ତ୍ରୀଙ୍କ ବିୟୋଗରେ ଏକ୍ସ ଜରିଆରେ ରାଷ୍ଟ୍ରପତି ଶୋକବାର୍ତ୍ତା ଦେଇଛନ୍ତି। ସେ ଲେଖିଛନ୍ତି, ‘‘ବରିଷ୍ଠ ନେତ୍ରୀ ତଥା ଓଡ଼ିଶାର ପୂର୍ବତନ ମନ୍ତ୍ରୀ ଡକ୍ଟର କମଳା ଦାସଙ୍କ ବିୟୋଗ ସମ୍ବାଦ ପାଇ ମୁଁ ମର୍ମାହତ। ତାଙ୍କ ସୁଦୀର୍ଘ ସାର୍ବଜନୀନ ଜୀବନଯାତ୍ରା ଭିତରେ ସେ ଓଡ଼ିଶା ଓ ଓଡ଼ିଶାବାସୀଙ୍କ ଉନ୍ନତି ପାଇଁ ନିରନ୍ତର କାର୍ଯ୍ୟ କରିଯାଇଛନ୍ତି। ତାଙ୍କର ଶୋକସନ୍ତପ୍ତ ପରିବାରବର୍ଗ ତଥା ଅନୁଗାମୀମାନଙ୍କୁ ମୁଁ ଗଭୀର ସମବେଦନା ଜ୍ଞାପନ କରୁଛି।’’


ସୂଚନାଯୋଗ୍ୟ, ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ କମଳା ଦାସଙ୍କର ଶୁକ୍ରବାର ପରଲୋକ ଘଟିଛି। ସେ ଦୀର୍ଘ ଦିନ ଧରି ଫୁସଫୁସ ସଂକ୍ରମଣରେ ପୀଡ଼ିତ ଥିଲେ। ତେବେ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ସମୟରେ ୭୯ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଓଡ଼ିଶା ରାଜନୀତିରେ ସେ ବେଶ୍ ସକ୍ରିୟ ଥିଲେ। ସେ ୧୯୯୫-୨୦୦୦ ମସିହାରେ ଭୋଗରାଇ ନିର୍ବାଚନ ମଣ୍ଡଳୀରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ମହିଳା ଓ ଶିଶୁ ବିକାଶ କଲ୍ୟାଣ ଏବଂ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମନ୍ତ୍ରୀ ଭାବେ ମଧ୍ୟ ଦାୟିତ୍ବ ତୁଲାଇ ଥିଲେ କମଳା ଦାସ।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories