www.samajalive.in
Sunday, December 14, 2025
26.1 C
Bhubaneswar

ଗୋପବନ୍ଧୁଙ୍କ ଶ୍ରାଦ୍ଧବାର୍ଷିକୀରେ ମୁଖ୍ୟ ଅତିଥି ରାଷ୍ଟ୍ରପତି

କଟକ: ପୁଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ତମ ଶ୍ରାଦ୍ଧବାର୍ଷିକୀ ଭୁବନେଶ୍ବର ଜୟଦେବ ଭବନରେ ଜୁଲାଇ ୬ ତାରିଖ ସନ୍ଧ୍ୟା ୫.୩୦ମି. ରେ ଅନୁଷ୍ଠିତ ହେବ। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗ ଦେବା ନିମନ୍ତେ ସଦୟ ସ୍ବୀକୃତି ପ୍ରଦାନ କରିଛନ୍ତି। ଏହି ସ୍ବତନ୍ତ୍ର ଉତ୍ସବରେ ବରେଣ୍ୟ ଅତିଥି ଭାବେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ମଧ୍ୟ ଯୋଗ ଦେବେ। ଏଥିରେ ଲୋକ ସେବକ ମଣ୍ଡଳର ରାଷ୍ଟ୍ରୀୟ ସଭାପତି ଶ୍ରୀ ରାଜ କୁମାର ଅଧ୍ୟକ୍ଷତା କରିବେ। ଏହି ଅବସରରେ ଗୋପବନ୍ଧୁଙ୍କ ଶ୍ରାଦ୍ଧ ସଂଖ୍ୟା ଓ ସତ୍ୟବାଦୀର ସ୍ବତନ୍ତ୍ର ସଂଖ୍ୟା ଉନ୍ମୋଚନ ସହିତ ବିଶିଷ୍ଟ ବ୍ୟକ୍ତିତ୍ବଙ୍କୁ ସମ୍ବର୍ଦ୍ଧନାର କାର୍ଯ୍ୟକ୍ରମ ରହିଛି ବୋଲି ‘ସମାଜ’ ସମ୍ପାଦକ ଡ. ପ୍ରଭାସ ଚନ୍ଦ୍ର ଆଚାର୍ଯ୍ୟ ସୂଚନା ଦେଇଛନ୍ତି।

Hot this week

ନୀତିନ ନବୀନ ବିଜେପି ର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପି ର ନୂତନ କାର୍ଯ୍ୟକାରୀ ସଭାପତି  ଭାବରେ ନୀତିନ ନବୀନ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

Related Articles

Popular Categories