www.samajalive.in
Sunday, December 14, 2025
17.1 C
Bhubaneswar

୨୭ ଜଣ ପ୍ରବାସୀଙ୍କୁ ସମ୍ମାନିତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଡେସ୍କ: ୧୮ତମ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୨୭ ଜଣଙ୍କୁ ସମ୍ମାନଜନକ ପ୍ରବାସୀ ଭାରତୀୟ ସମ୍ମାନ ପ୍ରଦାନ କରିଛନ୍ତି। ଏହି ପୁରସ୍କାର ପାଇଥିବା ତ୍ରିନିଦାଦ ଏବଂ ଟୋବାଗୋର ରାଷ୍ଟ୍ରପତି କ୍ରିଷ୍ଟିନ କାର୍ଲା କଙ୍ଗାଲୁଙ୍କୁ ସେ ବିଶେଷ ଭାବେ ଧନ୍ୟବାଦ ଜଣାଇଛନ୍ତି।

ପ୍ରବାସୀ ଭାରତୀୟ ସମ୍ମାନ ପୁରସ୍କାର ପ୍ରବାସୀ ଭାରତୀୟଙ୍କୁ ପ୍ରଦାନ କରାଯାଉଥିବା ସର୍ବୋଚ୍ଚ ସମ୍ମାନ ଅଟେ। ଏହି ପୁରସ୍କାର ବିଜେତାମାନେ ବିଭିନ୍ନ କ୍ଷେତ୍ରରେ ପ୍ରବାସୀ ଭାରତୀୟମାନେ ହାସଲ କରିଥିବା ଉତ୍କର୍ଷତାକୁ ପ୍ରତିନିଧିତ୍ୱ କରନ୍ତି। ଯେଉଁମାନେ ଏହି ପୁରସ୍କାର ପାଇଛନ୍ତି ସେମାନଙ୍କ ମଧ୍ୟରେ କଙ୍ଗାଲୁ ମଧ୍ୟ ଥିଲେ ଯିଏ କି ସାର୍ବଜନୀନ କ୍ଷେତ୍ରରୁ ଅଛନ୍ତି। ତ୍ରିନିଦାଦ ଓ ଟୋବାଗୋ ରାଷ୍ଟ୍ରପତି ଭର୍ଚୁଆଲ୍ ମାଧ୍ୟମରେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।

- Advertisement -

ଅନ୍ୟମାନଙ୍କ ମଧ୍ୟରେ ଅଜୟ ରାଣେ (ଅଷ୍ଟ୍ରେଲିଆ), ମାରିଆଲିନା ଜୋଆନ୍ ଫର୍ଣ୍ଣାଣ୍ଡିଜ୍ (ଅଷ୍ଟ୍ରିଆ), ସ୍ୱାମୀ ସଂଯୁକ୍ତାନନ୍ଦ (ଫିଜି), ସରସ୍ବତୀ ବିଦ୍ୟା ନିକେତନ (ଗୁୟାନା), ଲେଖ ରାଜ ଜୁନେଜା (ଜାପାନ), ପ୍ରେମ କୁମାର (କିର୍ଗିଜ୍ ରିପବ୍ଲିକ୍) ଏବଂ ସୌକ୍ଥାଭି ଚୌଧୁରୀ (ଲାଓସ୍)ଙ୍କୁ ସମ୍ମାନିତ କରାଯାଇଥିଲା।

ସମ୍ମାନ ନିମନ୍ତେ ପ୍ରବାସୀ ବ୍ୟକ୍ତିବିଶେଷ ଚୟନ ଲାଗି ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କ ଅଧ୍ୟକ୍ଷତାରେ ଗଠିତ କମିଟିରେ ବୈଦେଶିକ ବ୍ୟାପାର ଏସ ଜୟଶଙ୍କର ଉପାଧ୍ୟକ୍ଷ ଥିଲେ।

Hot this week

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

Related Articles

Popular Categories