www.samajalive.in
Sunday, December 7, 2025
23.1 C
Bhubaneswar

ପୁରୀରେ ରାଷ୍ଟ୍ରପତି ; ରଙ୍ଗିନ୍‍ ଆଲୋକରେ ସଜ୍ଜିତ ରାଜଭବନ

ପୁରୀ : ଦୁଇ ଦିନିଆ ଓଡିଶାଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ପୁରୀରେ ପହଞ୍ଚିସାରିଛନ୍ତି ରାଷ୍ଟ୍ରପତି। ହେଲିପ୍ୟାଡ୍‍ରୁ ସ୍ୱତନ୍ତ୍ର କାରକେଡ ଯୋଗେ ରାଜଭବନକୁ ଯାଇଛନ୍ତି ରାଷ୍ଟ୍ରପତି। ରାଷ୍ଟ୍ରପତିଙ୍କ ସହ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମଧ୍ୟ ଅଛନ୍ତି। ଅପରାହ୍ନ ୪ଟା ୫୦ରେ ରାଜଭବନରୁ ବାହାରି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବେ। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ସୁନ୍ଦର ସୁନ୍ଦର ରଙ୍ଗିନ ଆଲୋକରେ ରାଜଭବନ ସଜ୍ଜିତ ହୋଇଛି। ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ତାଳବଣିଆ ଠାରୁ ଆରମ୍ଭ କରି ବଡଦାଣ୍ଡ ଦେଇ ଶ୍ରୀମନ୍ଦିର ପର୍ଯ୍ୟନ୍ତ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ବରିଷ୍ଠ ପୁଲିସ ଅଧିକାରୀଙ୍କ ସହ ୪୦ ପ୍ଲାଟୁନ ପୁଲିସ କର୍ମୀ ନିୟୋଜିତ ହୋଇଛନ୍ତି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories