www.samajalive.in
Saturday, December 6, 2025
26.1 C
Bhubaneswar

ମହାମହିମଙ୍କ ଏକ ବର୍ଷ ପୂରଣ

ଭୁବନେଶ୍ୱର : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ରାଷ୍ଟ୍ରପତି ରୂପେ ଦାୟିତ୍ୱ ଗ୍ରହଣକୁ ଆଜି ଏକ ବର୍ଷ ପୂର୍ତ୍ତି ହୋଇଛି। ଭାରତର ସର୍ବୋଚ୍ଚ ଆସନରେ ରାଷ୍ଟ୍ରପତି ଭାବେ ୨୫ ଜୁଲାଇ ୨୦୨୨ରେ ସେ ଦେଶର ରାଷ୍ଟ୍ରପତି ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ। ରାଷ୍ଟ୍ରପତି ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ଶ୍ରୀମତି ମୁର୍ମୁ ଯଦିଓ ଅନେକ ଥର ଓଡିଶା ଆସିଛନ୍ତି ଏବଂ ବିିଭିନ୍ନ କାର୍ଯ୍ୟକ୍ରମରେ ସକ୍ରିୟ ଯୋଗଦାନ କରିଛନ୍ତି। ମାତ୍ର ଆଜି ଦିନଟି ଓଡିଶାବାସୀଙ୍କ ପାଇଁ ସ୍ମରଣୀୟ ଦିନ। ଏହି ଦିନ ରାଷ୍ଟ୍ରପତି ଭାବେ ସେ ଦାୟିତ୍ୱ ଗ୍ରହଣ କରିଥିଲେ।
ପ୍ରଥମ ଥର ଜଣେ ଅନୁସୂଚିତ ଜାତି ବର୍ଗର ମହିଳା ଦ୍ରୌପଦୀ ମୁର୍ମୁ ଦେଶର ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିଲେ। କେବଳ ଭାରତ ନୁହେଁ; ଓଡ଼ିଶା ପାଇଁ ମଧ୍ୟ ଏହା ଅତ୍ୟନ୍ତ ଗୌରବର ବିଷୟ। ଦେଶର ପ୍ରଥମ ନାଗରିକ ହେବାରେ ୬୪ବର୍ଷୀୟା ଦ୍ରୌପଦୀ ପ୍ରଥମ ଓଡ଼ିଆ ଓ ସର୍ବକନିଷ୍ଠ। ଦ୍ରୌପଦୀ ୨୫ରେ ଶପଥ ଗ୍ରହଣ କରିଥିଲେ। ଏଥିସହିତ ସେ ହୋଇଛନ୍ତି ସ୍ବାଧୀନ ଭାରତରେ ଜନ୍ମିତ ପ୍ରଥମ ରାଷ୍ଟ୍ରପତି। ଦେଶର ରାଷ୍ଟ୍ରପତି ହେବାରେ ଦ୍ରୌପଦୀ ମୁର୍ମୁ ହୋଇଛନ୍ତି ପ୍ରଥମ ଓଡ଼ିଆ ଝିଅ। ପ୍ରଥମ ଆଦିବାସୀ ମହିଳା ଭାବେ ସେ ଦେଶର ପ୍ରଥମ ନାଗରିକ ହୋଇଛନ୍ତି।
ଆଜି ଏକ ବର୍ଷ ପୂର୍ତ୍ତି ସହ ୩ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ମହାମହିମ। ରାଷ୍ଟ୍ରପତି କଟକ ଓ ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ୨୬ ତାରିଖରେ ପ୍ରଥମେ କଟକ ଚଣ୍ଡୀ ମନ୍ଦିରରେ ଦର୍ଶନ କରିବାର କର୍ଯ୍ୟକ୍ରମ ରହିଛି। ଜାତୀୟ ଆଇନ ବିଶ୍ୱବିଦ୍ୟାଳୟର ଦଶମ ସମାବର୍ତ୍ତନ ସମାରୋହରେ ମଧ୍ୟ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ରାଷ୍ଟ୍ରପତି। ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ଉଚ୍ଚନ୍ୟାୟାଳୟ ମୁଖ୍ୟବିଚାରପତି ଜଷ୍ଟିସ ଏସ ମୁରଲୀଧରଙ୍କ ସହ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେବେ। ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି କଟକର ୨୨ଟି ସ୍କୁଲ ଓ କଲେଜ ବନ୍ଦ ରଖାଯାଇଛି।
୨୭ ତାରିଖ ସକାଳ ୧୦ଟା ୪୫ରେ ଭୁବନେଶ୍ୱର ତମାଣ୍ଡୋର ଦଶବାଟିଆଠାରେ ବ୍ରହ୍ମାକୁମାରୀ କେନ୍ଦ୍ର ଲାଇଟ୍‌ ହାଉସ କମ୍ପ୍ଲେକ୍ସର ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗଦେବେ। କମିସନରେଟ୍‌ ପୁଲିସ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଛି।

Hot this week

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

Related Articles

Popular Categories