www.samajalive.in
Monday, December 15, 2025
24.1 C
Bhubaneswar

ଆଜି କଟକ ଯିବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ : ସଡ଼କ ପଥରେ ଯାତ୍ରା ପାଇଁ କଡ଼ା ସୁରକ୍ଷା

କଟକ : ତିନି ଦିନିଆ ଓଡ଼ିଶା ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି କଟକରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି ସୂଚନା ମିଳିଛି। ସୂଚନା ଅନୁସାରେ, ସକାଳେ ରାଜଭବନରୁ  ସଡ଼କ ପଥରେ ବାହାରି  ସିଧା ପହଞ୍ଚିବେ କଟକ ଚଣ୍ଡୀ ମନ୍ଦିରରେ। ସେଠାରେ ପ୍ରାୟ ୧୫ ମିନିଟ କାର୍ଯ୍ୟକ୍ରମ ସ୍ଥିର ହୋଇଛି। ରାଷ୍ଟ୍ରପତି ପ୍ରଥମେ ମାଆ କଟକ ଚଣ୍ଡୀଙ୍କ ଦର୍ଶନ କରି ସେଠାରୁ ମଧୁବାବୁଙ୍କ ଘର ପରିଦର୍ଶନରେ ଯିବେ। ପରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ବାସଭବନ ଓ ନେତାଜୀ ସଂଗ୍ରହାଳୟ ବୁଲିବା କାର୍ଯ୍ୟକ୍ରମ ରହିଛି। ୧୦ଟା ୪୫ରେ କଟକ ଇଣ୍ଡୋର ଷ୍ଟାଡିୟମରେ ପହଞ୍ଚିବେ ରାଷ୍ଟ୍ରପତି। ସେଠାରେ ଓଡ଼ିଶା ହାଇକୋର୍ଟର ୭୫ ବର୍ଷ ପୂର୍ତ୍ତି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ। ପରେ ଜଷ୍ଟିସ ସଂଗ୍ରହାଳୟ ବୁଲି ଓଡ଼ିଶା ହାଇକୋର୍ଟ ଜଜ୍ ଲାଉଞ୍ଜରେ ମଧ୍ୟାହ୍ନ ଭୋଜନ କରିବାର କାର୍ଯ୍ୟକ୍ରମ ରହିଛି। ପରେ ୨ଟା ୫୦ରେ ଏସସିବି ମେଡିକାଲ କଲେଜ୍ ଓ ହସ୍ପିଟାଲର ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ । ଅପରାହ୍ଣ ୪ଟା ୧୫ରେ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟର ଦଶମ ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥି ଭାବେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

Hot this week

ରାତିରେ ସ୍ଵେଟର କିମ୍ବା ଜ୍ୟାକେଟ୍ ପିନ୍ଧି ଶୋଉଛନ୍ତି କି….

ନୂଆଦିଲ୍ଲୀ: ବର୍ତ୍ତମାନ୍ ଶୀତ ଦିନ ଚାଲିଛି। ସାରା ଦେଶରେ ଶୀତ ଲହରୀ...

ଶୁକ୍ର ନକ୍ଷତ୍ର ପରିବର୍ତ୍ତନ: ବର୍ଷ ଶେଷରେ ତିନି ରାଶି ହେବେ ମାଲାମାଲ

ସମାଜ ଡିଜିଟାଲ ଡେସ୍କ: ସବୁଗ୍ରହ ମାନଙ୍କ ମଧ୍ୟରେ ଶୁକ୍ର ଗ୍ରହ ହେଉଛନ୍ତି...

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

Related Articles

Popular Categories