କଟକ : କଟକରେ ପହଞ୍ଚି ସାରିଛନ୍ତି ରାଷ୍ଟପ୍ରତି ଦ୍ରୌପଦୀ ମୁର୍ମୁ। କଟକ ବିଦ୍ୟାଧରପୁର ଜାତୀୟ ଧାନ ଗବେଷଣା କେନ୍ଦ୍ର (ଏନଆରଆରଆଇ ରାଇସ୍ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ) ରେ ରାଷ୍ଟ୍ରପତି ପହଞ୍ଚିବା ପରେ ଦ୍ୱିତୀୟ ଇଣ୍ଡିଆନ ରାଇସ କଂଗ୍ରେସକୁ ଉଦଘାଟନ କରିଛନ୍ତି ରାଷ୍ଟପ୍ରତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ଇଣ୍ଡିଆନ ରାଇସ କଂଗ୍ରେସ ଉପରେ ଆଧାରିତ ପୁସ୍ତକ ଉନ୍ମୋଚିତ ହୋଇଛି। କାର୍ଯ୍ୟକ୍ରମରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ଉଭୟ କେନ୍ଦ୍ର ଓ ରାଜ୍ୟ କୃଷିମନ୍ତ୍ରୀ ମଧ୍ୟ ଉପସ୍ଥିତ ରହିଛନ୍ତି। ଏହାସହ ଏହି ଅବସରରେ ରାଜ୍ୟ କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ , କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମର ଉଦବୋଧନ ଦେଇଛନ୍ତି।
Popular Categories



