www.samajalive.in
Saturday, December 6, 2025
14.1 C
Bhubaneswar

ଭୁବନେଶ୍ୱରରେ ପହଞ୍ଚିଲେ ମହାମହିମ ; ଭବ୍ୟ ସ୍ୱାଗତ କଲେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଦୁଇ ଦିନିଆ ଓଡିଶା ଗସ୍ତରେ ମହାମହିମ । ଗୁରୁବାର ଭୁବନେଶ୍ୱରରେ ପହଞ୍ଚିସାରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି । ରାଷ୍ଟ୍ରପତି ହେବା ପରେ ଏହା ଦ୍ରୌପଦୀ ମୁର୍ମୁଙ୍କ ପ୍ରଥମ ଓଡିଶା ଗସ୍ତ । ବିମାନ ବନ୍ଦରରେ ମହାମହିମଙ୍କୁ ଭବ୍ୟ ସ୍ୱାଗତ କରାଯାଇଛି । ସେଠାରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ , ମୁଖ୍ୟ ଶାସନ ସବିବଙ୍କ ସହ ପୁଲିସ ଡିଜି ମଧ୍ୟ ଉପସ୍ଥିତ ରହିଛନ୍ତି ।

- Advertisement -

୧୦.୫୦ରେ ସେ ଭୁବନେଶ୍ବର ବିମାନବନ୍ଦରରେ ଅବତରଣ କରିବା ପରେ ତାଙ୍କୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଛି । ଏହା ପରେ ବାୟୁସେନା ହେଲିକପ୍ଟର ଯୋଗେ ପୁରୀ ଗସ୍ତ କରିବେ ରାଷ୍ଟ୍ରପତି। ସେଠାରେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଦର୍ଶନ କରିବା ପରେ ଅପରାହ୍ନ ୩.୫୦ରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ।

ଏହାପରେ ରାଜଧାନୀ ଭୁବନେଶ୍ବରର ୬ଟି ବିଭିନ୍ନ ଛକରେ ଥିବା ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ‌ ମାଲ୍ୟାର୍ପଣ କରିବେ। ପ୍ରଥମେ କଳ୍ପନା ଛକରେ ଥିବା ବକ୍ସି ଜଗବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ପରେ ରାଜଭବନ ଛକରେ ଥିବା ମଧୁସୂଦନ ଦାସ, ଗୋପବନ୍ଧୁ ଛକରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତି ଓ ପାୱାର ହାଉସ ଛକରେ ଥିବା ମହାରାଜ ଶ୍ରୀରାମଚନ୍ଦ୍ର ଭଞ୍ଜଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ। ଏହାପରେ ନାଲକୋ ଛକରେ ଥିବା ଗଙ୍ଗାଧର ମେହେରଙ୍କ ପ୍ରତିମୂର୍ତ୍ତି ସହ ଉତ୍କଳ ହସ୍ପିଟାଲ ନିକଟ ଲକ୍ଷ୍ମଣ ନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ। ରାଜଭବନରେ ତାଙ୍କ ସମ୍ମାନାର୍ଥେ ସନ୍ଧ୍ୟାରେ ନାଗରିକ ସମ୍ବର୍ଦ୍ଧନାର ବ୍ୟବସ୍ଥା ହୋଇଛି। ଶ୍ରୀମତୀ ମୁର୍ମୁ ରାଜଭବନରେ ରାତ୍ରିଯାପନ କରିବେ। ୧୧ ତାରିଖରେ ତପୋବନ ଉଚ୍ଚ ବିଦ୍ୟାଳୟ, ୟୁନିଟ-୨ ସରକାରୀ ଉଚ୍ଚ ବିଦ୍ୟାଳୟ ଏବଂ ୟୁନିଟ-୨ କୁନ୍ତଳା କୁମାର ସାବତ ଆଦିବାସୀ ବାଳିକା ଛାତ୍ରୀନିବାସ ପରିଦର୍ଶନ କରିବା ସହ ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସହ ମତ ବିନିମୟ କରିବେ। ସେହି ଦିନ ଜୟଦେବ ଭବନରେକେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିବେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories