www.samajalive.in
Sunday, December 7, 2025
23.1 C
Bhubaneswar

ବାୟୁସେନା ହେଲିକପ୍ଟର ଯୋଗେ ପୁରୀ ଅଭିମୁଖେ ରାଷ୍ଟ୍ରପତି

ଭୁବନେଶ୍ୱର : ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରରେ ପହଞ୍ଚିସାରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ରାଷ୍ଟ୍ରପତିଙ୍କୁ ବିମାନବନ୍ଦରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ,ମୁଖ୍ୟଶାସନ ସବିବ ସୁରେଶ ଚନ୍ଦ୍ର ମହାପାତ୍ର , ଡିଜିପି ଶ୍ରୀ ସୁନୀଲ କୁମାର ବନସଲ , ଅନ୍ୟ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ରହି ସ୍ୱାଗତ କରିଛନ୍ତି।
ଭୁବନେଶ୍ୱରରେ ପହଞ୍ଚିବା ପରେ ବର୍ତ୍ତମାନ ରାଷ୍ଟ୍ରପତି ପୁରୀ ଅଭିମୁଖେ ହେଲିକପ୍ଟର ଯୋଗେ ଯାଉଛନ୍ତି। ପୁରୀରେ ମହାପ୍ରଭୁଙ୍କୁ ଦର୍ଶନ କରିବେ। ଏହାସହ ରବିବାର ଶ୍ରୀଳ ପ୍ରଭୁପାଦ ଭକ୍ତି ସିଦ୍ଧାନ୍ତ ସରସ୍ବତୀ ଗୋସ୍ବାମୀଙ୍କ ୧୫୦ତମ ଜୟନ୍ତୀ ସମାରୋହରେ ରାଷ୍ଟ୍ରପତି ଯୋଗଦାନ ଯୋଗଦାନ କରିବେ। ଦିନ ୧୦ଟା ୩୫ରେ ଟାଉନ ଥାନା ନିକଟସ୍ଥ ଚୈତନ୍ୟ ଗୌଡୀୟ ମଠକୁ ଯାଇ ପ୍ରଭୁପାଦଙ୍କ ପ୍ରତିମୂର୍ତ୍ତିରେ ରାଷ୍ଟ୍ରପତି ମାଲ୍ୟାର୍ପଣ କରିବେ। ଏହାପରେ ରବିବାର ଦିନ ୧୧ଟାରୁ ୧୨ଟା ପର୍ଯ୍ୟନ୍ତ ଶରଧାବାଲିରେ ହେବାକୁ ଥିବା ବିଶ୍ବ ବୈଷ୍ଣବ ସମ୍ମିଳନୀରେ ଯୋଗଦେଇ ଉଦ୍‌ବୋଧନ ଦେବେ। ଦିନ ୧୨ଟା ୫ରେ ହେଲିକପ୍ଟର ଯୋଗେ ପୁରୀ ତାଳବଣିଆ ହେଲିପ୍ୟାଡରୁ ଭୁବନେଶ୍ବର ଅଭିମୁଖେ ଯିବା କାର୍ଯ୍ୟକ୍ରମ ରହିଛି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories