www.samajalive.in
Monday, December 8, 2025
14.1 C
Bhubaneswar

ଭୁବନେଶ୍ବରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ: ବିମାନବନ୍ଦରରେ ଭବ୍ୟ ସ୍ବାଗତ ଜଣାଇଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ବରରେ ପହଞ୍ଚିଛନ୍ତି। ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବାପରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବାଗତ କରିଛନ୍ତି। ରାଷ୍ଟ୍ରପତିଙ୍କ ବ୍ୟାରିକେଡ ବିମାନବନ୍ଦରରୁ ସିଧାସଳଖ ରାଜଭବନ ଅଭିମୁଖେ ଆସିଛି। ଏୟାରପୋର୍ଟରୁ ବାହାରିବାବେଳେ ଗାଡ଼ିରୁ ଓହ୍ଲାଇଥିଲେ ରାଷ୍ଟ୍ରପତି। ଗାଡ଼ିରୁ ଓହ୍ଲାଇବା ପରେ ଚାଲି ଚାଲି ଲୋକଙ୍କ ପାଖକୁ ଯାଇଥିଲେ। ବିମାନମନ୍ଦରରେ ରାଷ୍ଟ୍ରପତିଙ୍କୁ ସ୍ବାଗତ କରିବା ପାଇଁ ଆସିଥିବା ଲୋକଙ୍କ ପାଖକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯାଇଥିଲେ। ରାଷ୍ଟ୍ରପତିଙ୍କ ସ୍ବାଗତ ପାଇଁ ଆଦିବାସୀ ନୃତ୍ୟ ପରିବେଷିତ ହେଉଥିଲା। ଆଦିବାସୀ ସାଂସ୍କୃତିକ ନୃତ୍ୟ ଦଳ ପାଖକୁ ଚାଲି ଚାଲି ଯାଇଥିଲେ। ଆଜି ରାଜଭବନରେ ରାଷ୍ଟ୍ରପତି ରାତ୍ରି ଯାପନ କରିବା କାର୍ଯ୍ୟକ୍ରମ ରହିଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories