www.samajalive.in
Monday, December 15, 2025
14.1 C
Bhubaneswar

ସୋମବାର ଠାରୁ ୨୨ ପର୍ଯ୍ୟନ୍ତ ରାଷ୍ଟ୍ରପତିଙ୍କ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ଗସ୍ତ

ନୂଆଦିଲ୍ଲୀ : ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ସୋମବାର (ଆସନ୍ତାକାଲି)ଠାରୁ ୨୨ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ଗସ୍ତରେ ଆସିବେ।

ରାଷ୍ଟ୍ରପତି ସୋମବାର ବାରିପଦାଠାରେ ସର୍ବଭାରତୀୟ ସାନ୍ତାଳୀ ଲେଖକ ସଂଘର ୩୬ତମ ବାର୍ଷିକ ଉତ୍ସବ ଓ ସାହିତ୍ୟ ମହୋତ୍ସବକୁ ଉଦ୍‌ଘାଟନ କରିବେ। ମୟୂରଭଞ୍ଜ ଜିଲ୍ଲାର କୁଳିଅଣାଠାରେ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟକୁ ରାଷ୍ଟ୍ରପତି ଲୋକାର୍ପଣ କରିବେ ।

- Advertisement -

ନଭେମ୍ବର ୨୧ ତାରିଖ ମଙ୍ଗଳବାର ରାଷ୍ଟ୍ରପତି ମୟୂରଭଞ୍ଜର ପାହାଡପୁରଠାରେ ଏକ ଦକ୍ଷତା ବିକାଶ କେନ୍ଦ୍ର ଉଦ୍‌ଘାଟନ କରିବା ସହିତ ବାଦାମପାହାଡ଼ ରେଳଷ୍ଟେସନରେ ତିନୋଟି ନୂଆ ଟ୍ରେନ୍‌ ଚଳାଚଳର ଶୁଭାରମ୍ଭ କରିବେ। ଏହି ଟ୍ରେନ୍‌ଗୁଡ଼ିକ ହେଲା ବାଦାମପାହାଡ଼- ଟାଟାନଗର ମେମୁ;  ବାଦାମପାହାଡ଼-ରାଉରକେଲା ସାପ୍ତାହିକ ଏକ୍ସପ୍ରେସ; ଏବଂ ବାଦାମପାହାଡ଼ – ଶାଲିମାର ସାପ୍ତାହିକ ଏକ୍ସପ୍ରେସ। ରାଷ୍ଟ୍ରପତିଙ୍କ ଦ୍ବାରା ନୂଆ ରାଇରଙ୍ଗପୁର ଡାକ ଡିଭିଜନ ଉଦ୍‌ଘାଟନ କରାଯିବ। ସେ ମଧ୍ୟ ରାଇରଙ୍ଗପୁର ଡାକ ଡିଭିଜନର ଏକ ସ୍ମାରକୀ ଲଫାପା ଜାରି କରିବେ। ଏଥିସହିତ ବାଦାମପାହାଡ଼ ରେଳଷ୍ଟେସନର ପୁନର୍ବିକାଶ ପାଇଁ ଶିଳାନ୍ୟାସ କରିବେ। ସେ ବାଦାମପାହାଡ଼-ଶାଲିମାର ଏକ୍ସପ୍ରେସରେ ବାଦାମପାହାଡ଼ ଠାରୁ ରାଇରଙ୍ଗପୁର ପର୍ଯ୍ୟନ୍ତ ଯାତ୍ରା କରିବେ। ମଙ୍ଗଳବାର ସନ୍ଧ୍ୟାରେ ରାଷ୍ଟ୍ରପତି ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ରସାଏ ବୈଷୟିକ ବିଶ୍ବବିଦ୍ୟାଳୟର ୧୫ତମ ସମାବର୍ତ୍ତନ ସମାରୋହକୁ ସମ୍ବୋଧିତ କରିବେ ।

ଆସନ୍ତା ୨୨ ତାରିଖରେ ରାଷ୍ଟ୍ରପତି ସମ୍ବଲପୁରଠାରେ ବ୍ରହ୍ମକୁମାରୀ ସଂସ୍ଥାଦ୍ବାରା ଆୟୋଜିତ ଜାତୀୟ ଶିକ୍ଷା ଅଭିଯାନ- ନୂଆ ଭାରତ ପାଇଁ ନୂଆ ଶିକ୍ଷାକୁ ଶୁଭାରମ୍ଭ କରିବେ । ଏହାପରେ ରାଷ୍ଟ୍ରପତି ପୁଟ୍ଟପର୍ତ୍ତୀ ଗସ୍ତ କରିବେ, ଯେଉଁଠାରେ ସେ ଶ୍ରୀ ସତ୍ୟସାଇ ଉଚ୍ଚଶିକ୍ଷା ପ୍ରତିଷ୍ଠାନର ୪୨ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories