www.samajalive.in
Saturday, December 6, 2025
26.1 C
Bhubaneswar

୨୭ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ବର : ଆସନ୍ତା ୨୭ତାରିଖରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ସେ ୨୭ ଓ ୨୮ ତାରିଖ ଦୁଇ ଦିନ ଧରି ଓଡିଶାରେ ରହିବା ସହ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ । ସେପ୍ଟେମ୍ବର ୨୭ ସନ୍ଧ୍ୟା ୬ଟାରେ ରାଷ୍ଟ୍ରପତି ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଁଞ୍ଚିବା ପରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏବଂ ବରିଷ୍ଠ ପ୍ରଶାସନିକ ଅଧିକାରୀମାନେ ତାଙ୍କୁ ସ୍ବାଗତ କରିବେ । ପରେ ରାଷ୍ଟ୍ରପତି ସିଧାସଳଖ ରାଜଭବନ ଆସି ସେଠାରେ ରାତ୍ରିଯାପନ କରିବାର କାର୍ଯ୍ୟକ୍ରମ ରହିଛି ।

ତା’ପର ଦିନ ଅର୍ଥାତ୍ ୨୮ ତାରିଖ ସକାଳ ୬ଟା ୧୦ରେ ଭୁବନେଶ୍ୱରରୁ ଏକ ସ୍ୱତନ୍ତ୍ର ବିମାନରେ ରାଷ୍ଟ୍ରପତି ଗୋଳାବନ୍ଧ ଏୟାର ଡିଫେନ୍ସ କଲେଜ ଯିବେ । ସେଠାରେ ଆୟୋଜିତ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବା ପରେ ସେହିଦିନ ନୂଆଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି । ତାଙ୍କ ସୁରକ୍ଷା ପାଇଁ ଶୁକ୍ରବାର ଭୁବନେଶ୍ୱରସ୍ଥିତ ଡିଜି କ୍ୟାମ୍ପ ଅଫିସ୍‌ରେ ଏକ ଉଚ୍ଚ ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ରାଷ୍ଟ୍ରପତି ହେବା ପରେ କୋବିନ୍ଦଙ୍କର ଏହା ଦ୍ୱିତୀୟ ଓଡ଼ିଶା ଗସ୍ତ । 

- Advertisement -

 

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories